ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
କଂଗ୍ରେସର ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ପୁଣିଥରେ ସମନ କରିଛି ପ୍ରବର୍ତ୍ତନ ନର୍ଦ୍ଦେଶାଳୟ । ଅର୍ଥ ହେରଫେର ମାମଲାରେ ପଚରାଉଚରା ପାଇଁ ଜୁଲାଇ ୨୧ ତାରିଖରେ ସୋନିଆ ଗାନ୍ଧୀଙ୍କୁ ଇଡିରେ ହାଜର ହେବାକୁ କୁହାଯାଇଛି । ଏହାପୂର୍ବରୁ ସୋନିଆ ଗାନ୍ଧୀ ପଚରାଉଚରା ପାଇଁ ଇଡିରେ ହାଜର ହେବାକୁ ଆଉ କିଛି ଦିନ ସମୟ ମାଗିଥିଲେ। କୁହାଯାଇଥିଲା ଯେ, କରୋନା ସଂକ୍ରମିତ ହୋଇଥିବା ସୋନିଆଙ୍କୁ ଡାକ୍ତରମାନେ ବିଶ୍ରାମ ନେବାକୁ ପରାମର୍ଶ ଦେଇଛନ୍ତି, ଯେଉଁଥିପାଇଁ ସେ କିଛି ସପ୍ତାହ ପର୍ଯ୍ୟନ୍ତ ଇଡିରେ ହାଜର ହୋଇପାରିବେ ନାହିଁ। ଇଡି ମଧ୍ୟ ତାଙ୍କ ଅନୁରୋଧ ରକ୍ଷା କରିଥିଲା। ଇଡି ସୋନିଆଙ୍କୁ କହିଥିଲା ଯେ, ସେ ଅର୍ଥ ହେରଫେର ମାମଲାରେ ଜୁଲାଇ ଶେଷ ଆଡ଼କୁ କୌଣସି ଦିନ ଯାଞ୍ଚ ଏଜେନ୍ସି ସମ୍ମୁଖରେ ହାଜର ହୋଇ ନିଜ ବୟାନ ରେକର୍ଡ଼ କରାଇବେ।ସୂଚନାଯୋଗ୍ୟ, ଏହି ମାମଲାରେ ରାହୁଲ ଗାନ୍ଧୀଙ୍କୁ ପାଞ୍ଚ ଦିନ ମଧ୍ୟରେ ପ୍ରାୟ ୫୦ ଘଣ୍ଟା ଜେରା କରାଯାଇଥିଲା। ଏହି ସମୟରେ ପ୍ରିଭେନସନ୍ ଅଫ୍ ମନି ଲଣ୍ଡରିଂ ଆକ୍ଟ (ପିଏମଏଲଏ) ଅନୁଯାୟୀ ତାଙ୍କ ବୟାନ ରେକର୍ଡ କରାଯାଇଥିଲା।






More Stories
ବିହାର ହାର୍ ପାଇଁ ଆରଜେଡି ଦାୟୀ…..
ଚମକିଲେ ଚିରାଗ ପାଶୱାନ,୨୨ସିଟରେ ଆଗୁଆ…..
ଦିଲ୍ଲୀ ବିସ୍ଫୋରଣ:ମାଷ୍ଟରମାଇଣ୍ଡର ଘର ଉଡାଇଲେ ସୁରକ୍ଷା କର୍ମୀ…..