Report Card Odisha

| Daily Odia News

ଓଡ଼ିଶା ଆସିବେ ମୁଖ୍ୟ ନିର୍ବାଚନ କମିଶନ ….

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆଗାମି ସାଧାରଣ ନିର୍ବାଚନ ପ୍ରସ୍ତୁତି ନେଇ ଓଡ଼ିଶା ଆସିବେ ମୁଖ୍ୟ ନିର୍ବାଚନ କମିଶନ । ନିର୍ବାଚନ କମିଶନ ଓ ଅଧିକାରୀ ମାନେ ଓଡ଼ିଶା ଆସି ଏଠାରେ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିବେ । ଆସନ୍ତା ୧୫ରୁ ୧୭ ତାରିଖ ପର୍ଯ୍ୟନ୍ତ ସମୀକ୍ଷା କରିବେ ବୋଲି ସୂଚନା ମିଳିଛି । ଏହାସହିତ ରାଜ୍ୟ ପଦାଧିକାରୀଙ୍କ ସହ ସମୀକ୍ଷା କରିବେ । ଲୋକସଭା ନିର୍ବାଚନ ପାଖେଇ ଆସୁଥିବାରୁ ଏହି ସମୀକ୍ଷା ବେଶ ଗୁରୁତ୍ୱପୂର୍ଣ୍ଣ ଅଟେ । ଏହା ପୂର୍ବରୁ ଆନ୍ଧ୍ର ପ୍ରଦେଶ ଗସ୍ତରେ ଯାଇ ନିର୍ବାଚନ ପ୍ରସ୍ତୁତି ସମୀକ୍ଷା କରିଥିଲେ ମୁଖ୍ୟ ନିର୍ବାଚନ କମିସନର। ଏହାପରେ ଏବେ ସେ ଓଡ଼ିଶା ଗସ୍ତରେ ଆସୁଥିବା ଜଣାଯାଇଛି।

Breaking News