ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ SIRକୁ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ୯୦% ମ୍ୟାପିଂ କରାସରିଛି । ୨୦୨୫ ଭୋଟର ତାଲିକାରେ ଅଛନ୍ତି,୨୦୦୨ରେ ବି ଥିଲେ BLOଙ୍କୁ ଜଣାଇବେ। ତେବେ ୨୦୦୨ରେ କେଉଁ ନିର୍ବାଚନମଣ୍ଡଳୀରେ ଥିଲେ BLOଙ୍କୁ ଜଣାଇବେ। ଆମେ ନିଜ ଆଡୁ ପ୍ରାୟ ୯୦ ପ୍ରତିଶତ ମ୍ୟାପିଂ କରିସାରିଛୁ। ଏହାର ଅର୍ଥ ୨୦୨୫ ଭୋଟର ତାଲିକାରେ ଥିବା ୯୦%ଙ୍କୁ ଟ୍ରେସିଂ କରିପାରିଛ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି। ଅନ୍ୟପକ୍ଷେ ସେ କହିଛନ୍ତି, ୨୦୨୫ ତାଲିକାରେ ଥିବା ୯୦% ୨୦୦୨ ତାଲିକାରେ ବି ଅଛନ୍ତି। ଆଉ ୧୦ ପ୍ରତିଶତ ଆମ ପାଇଁ କଷ୍ଟକର, ସହରାଞ୍ଚଳ ପାଇଁ ସମସ୍ୟା। ଯଦି ୨୦୦୨ରେ ଆପଣଙ୍କ ନାଁ ନ ଥିଲା, ଆପଣଙ୍କ ବାପାମାଆଙ୍କୁ ଖୋଜାଯିବ। ୯୫% ମ୍ୟାପିଂ ଆମର ଲକ୍ଷ୍ୟ, ଏଭଳି ହେଲେ ସମସ୍ତଙ୍କ ପାଇଁ ସୁବିଧା ହେବ ବୋଲ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି।






More Stories
ବଢିବ ବାଲି, ଗୋଡ଼ି, ଇଟା ମୂଲ୍ୟ…..
ଭାରତ ହେବ ସମ୍ପୂର୍ଣ୍ଣ ନକ୍ସଲ ମୁକ୍ତ…..
୮ରୁ ବର୍ଷା !…..