Report Card Odisha

| Daily Odia News

ଭୋଟ ଦିନ କର୍ମଚାରୀଙ୍କୁ ମିଳିବ ଛୁଟି…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ରାଜ୍ୟରେ ଅନୁଷ୍ଠିତ ହେବାକୁ ଯାଉଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଅଂଶଗ୍ରହଣ କରିବେ ସମସ୍ତ କର୍ମଚାରୀ । ଏ ନେଇ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଶ୍ରମ ଆୟୋଗ । ଉଭୟ ଘରୋଇ ଏବଂ ସରକାରୀ କର୍ମଚାରୀଙ୍କୁ ମତଦାନ ଦିନ ଛୁଟି ଦେବା ବାଧ୍ୟତାମୂଳକ କରାଯାଇଛି । କର୍ମଚାରୀ ଛୁଟି ଚାହିଁଲେ ସଂସ୍ଥା ସେମାନଙ୍କୁ ଛୁଟି ଦେବାକୁ ବାଧ୍ୟ । ନଚେତ୍‌ ଏହା ଆଇନ ଅନୁଯାୟୀ ଅପରାଧ ବୋଲି ଶ୍ରମ ବିଭାଗ ପକ୍ଷରୁ କୁହାଯାଇଛି । ୫ଟି ପର୍ଯ୍ୟାୟରେ ରାଜ୍ୟରେ ଅନୁଷ୍ଠିତ ହେବାକୁ ଯାଉଛି ପଞ୍ଚାୟତ ନିର୍ବାଚନ । ଏଥିନେଇ ୧୬, ୧୮, ୨୦, ୨୨ ଓ ୨୪ରେ ଭୋଟ ଗ୍ରହଣ ହେବ । ତେଣୁ ଏହା ପୂର୍ବରୁ କର୍ମଚାରୀଙ୍କୁ ଛୁଟି ଦେବା ନେଇ ଜିଲ୍ଲାପାଳଙ୍କୁ ଚିଠି ଲେଖିଛି ରାଜ୍ୟ ଶ୍ରମ ବିଭାଗ । ସେପଟେ ଏନେଇ ରାଜ୍ୟ ନିର୍ବାଚନ କମିଶନ ମଧ୍ୟ ନିର୍ଦ୍ଦେଶନାମା ଜାରି କରିଛନ୍ତି ।

 

Breaking News