ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆସନ୍ତାକଲି ୪ ରାଜ୍ୟ ମଧ୍ୟପ୍ରଦେଶ, ଛତିଶଗଡ଼, ତେଲେଙ୍ଗାନା ଓ ରାଜସ୍ଥାନର ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ। କେବଳ ବଦଳିଲା ମିଜୋରାମ ବିଧାନସଭା ନିର୍ବାଚନର ରେଜଲ୍ଟ ତାରିଖ। ୩ ତାରିଖ ବଦଳରେ ୪ ତାରିଖରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ। ତାରିଖ ପରିବର୍ତ୍ତନ ସମ୍ପର୍କରେ ଆଜି ଭାରତୀୟ ନିର୍ବାଚନ କମିଶନ ଘୋଷଣା କରିଛନ୍ତି। ପୂର୍ବରୁ ନିର୍ବାଚନ କମିଶନ ଡିସେମ୍ବର ୩ରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ ବୋଲି କହିଥିଲେ। କିନ୍ତୁ ଏହା ରବିବାର ପଡ଼ୁଥିବା ଏକାଧିକ ସଂଗଠନ ବିରୋଧ କରିଥିଲେ। ମିଜୋରାମ ଏନଜିଓ ସଂଯୋଜକ କମିଟି ଏହା ବିରୋଧରେ ବିକ୍ଷୋଭ କରିଥିଲା। ମିଜୋରାମରେ ଖ୍ରୀଷ୍ଟିୟାନଙ୍କ ସଂଖ୍ୟା ଅଧିକ। ରବିବାର ୩ ତାରିଖ ହେଉଛି ଇଷ୍ଟର। ତେଣୁ ଖ୍ରୀଷ୍ଟିୟାନଙ୍କ ପାଇଁ ଏହା ସବୁଠାରୁ ମହତ୍ତ୍ୱପୂର୍ଣ୍ଣ ଦିନ। ତେଣୁ ତାରିଖ ବଦଳାଇବାକୁ ଦାବି ହୋଇଥିଲା। ନିର୍ବାଚନ କମିଶନ କହିଛନ୍ତି, କାଉଣ୍ଟିଂ ତାରିଖ ବଦଳାଇବା ପାଇଁ ବିଭିନ୍ନ ସଂଗଠନ ଦାବି କରିଥିଲେ। ଏହାକୁ ସମ୍ମାନ ଜଣାଇ କେବଳ ମିଜୋରାମରେ ଭୋଟ ଗଣତି ଓ ରେଜଲ୍ଟ ପ୍ରକାଶ ୪ ତାରିଖରେ କରାଯିବ।






More Stories
ଆଉ ଭାରୀ କାର୍ଯ୍ୟଭାର ସମ୍ଭାଳି ପାରିବି ନାହିଁ…..
ପ୍ରମାଣ ନୁହେଁ ରାଜସ୍ବ ରେକର୍ଡ……
ବଡ଼ ସୂଚନା ଦେଲା ଭାରତୀୟ ଚିନି ମିଲ୍ ସଂଘ……