Report Card Odisha

| Daily Odia News

ଜାଣନ୍ତୁ ଆପଣଙ୍କର ଭୋଟ କେବେ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

୨୦୨୪ ଲୋକସଭା ନିର୍ବାଚନ ପାଇଁ ଘୋଷଣା ହୋଇଛି ତାରିଖ। ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି। ସାରା ଦେଶରେ ୭ଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ଅନୁଷ୍ଠିତ ହେବ। ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ଲୋକସଭା ଓ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ମେ’ ୧୩, ୨୦, ୨୫ ଓ ଜୁନ୍‌ ୧ରେ ରାଜ୍ୟରେ ଭୋଟ ଗ୍ରହଣ କରାଯିବ। ଜାଣିରଖନ୍ତୁ ଆପଙ୍କ ନିର୍ବାଚନ ମଣ୍ଡଳୀରେ କେବେ ଭୋଟ ଗ୍ରହଣ ହେବ ବା ଆପଣ ଭୋଟ ଦେବେ |

ମେ’ ୧୩ରେ ରାଜ୍ୟର ୪ଟି ଲୋକସଭା ଆସନ- କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ଏବଂ ଏହା ଅନ୍ତର୍ଗତ ୨୮ଟି ବିଧାନସଭା ଆସନରେ ଭୋଟ୍‌ ଗ୍ରହଣ ହେବ। ଏହି ଦିନ ନୂଆପଡ଼ା, ଖଡ଼ିଆଳ, ଉମରକୋଟ, ଝରିଗାଁ, ନବରଙ୍ଗପୁର, ଡାବୁଗାଁ, ଲାଞ୍ଜିଗଡ଼, ଜୁନାଗଡ଼, ଧର୍ମଗଡ଼, ଭବାନୀପାଟଣା, ନର୍ଲା, ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି, ଚିକିଟି, ମୋହନା, ପାରଳାଖେମୁଣ୍ଡି, ଗୁଣପୁର, ବିଷମକଟକ, ରାୟଗଡ଼ା, ଲକ୍ଷ୍ମୀପୁର, କୋଟପାଡ଼, ଜୟପୁର, କୋରାପୁଟ, ପଟାଙ୍ଗୀ, ମାଲକାନଗିରି ଓ ଚିତ୍ରକୋଣ୍ଡା ବିଧାନସଭା ଆସନ ପାଇଁ ଭୋଟ୍ ଗ୍ରହଣ କରାଯିବ।

ମେ’ ୨୦ରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ ଓ ଆସିକା ଲୋକସଭା ନିର୍ବାଚନ ମଣ୍ଡଳୀ ଏବଂ ଏହା ଅନ୍ତର୍ଗତ ୩୫ଟି ବିଧାନସଭା ଆସନ ପାଇଁ ଭୋଟ୍‌ ଗ୍ରହଣ କରାଯିବ। ଏହି ଦିନ ପଦ୍ମପୁର, ବିଜେପୁର, ବରଗଡ଼, ଅତାବିରା, ଭଟଲି, ବ୍ରଜରାଜନଗର, ଝାରସୁଗୁଡ଼ା, ତଳସରା,ସୁନ୍ଦରଗଡ଼,ବୀରମିତ୍ରପୁର, ରଘୁନାଥପାଲି, ରାଉରକେଲା, ରାଜଗାଙ୍ଗପୁର, ବଣାଇ, ବୀରମହାରାଜପୁର, ସୋନପୁର, ଲୋଇସିଂହା, ପାଟଣାଗଡ଼, ବଲାଙ୍ଗିର, ଟିଟିଲାଗଡ଼, କଣ୍ଟାବାଂଜି, ବାଲିଗୁଡ଼ା, ଜି.ଉଦୟଗିରି, ଫୁଲବାଣୀ, କଣ୍ଟାମାଳ, ବୌଦ୍ଧ, ଦଶପଲ୍ଲା, ଭଂଜନଗର, ପୋଲସରା, କବିସୂର୍ଯ୍ୟନଗର, ଖଲିକୋଟ, ଆସିକା, ସୋରଡ଼ା, ସାନଖେମୁଣ୍ଡି ଓ ହିଂଜିଳି ବିଧାନସଭା ଆସନରେ ହେବ ଭୋଟ।

ମେ’ ୨୫ରେ ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ ଓ ଭୁବନେଶ୍ୱର ଲୋକସଭା ନିର୍ବାଚନ ମଣ୍ଡଳୀ ଏବଂ ଏହା ଅନ୍ତର୍ଗତ ୪୨ଟି ବିଧାନସଭା ଆସନରେ ଭୋଟ ହେବ। ଏହି ଦିନ କୁଚିଣ୍ଡା, ରେଂଗାଲି, ସମ୍ବଲପୁର, ରେଢ଼ାଖୋଲ, ଦେବଗଡ଼, ତେଲକୋଇ, ଘସିପୁରା, ଆନନ୍ଦପୁର, ପାଟଣା, କେନ୍ଦୁଝର, ଚମ୍ପୁଆ, କରଞ୍ଜିଆ, ଢେଙ୍କାନାଳ, ହିନ୍ଦୋଳ, କାମାକ୍ଷାନଗର, ପରଜଙ୍ଗ, ପାଲଲହଡ଼ା, ତାଳଚେର, ଅନୁଗୁଳ, ଛେଣ୍ଡିପଦା, ଆଠମଲ୍ଲିକ, ବଡ଼ମ୍ବା, ବାଙ୍କୀ, ଆଠଗଡ଼, ବାରବାଟୀ କଟକ, ଚୌଦ୍ବାର କଟକ, କଟକ ସଦର, ପୁରୀ, ବ୍ରହ୍ମଗିରି, ସତ୍ୟବାଦୀ, ପିପିଲି, ଜୟଦେବ, ଭୁବନେଶ୍ୱର ମଧ୍ୟ, ଭୁବନେଶ୍ୱର ଉତ୍ତର, ଏକାମ୍ର ଭୁବନେଶ୍ୱର, ଜଟଣୀ, ବେଗୁନିଆ, ଖୋର୍ଦ୍ଧା, ଚିଲିକା, ରଣପୁର, ଖଣ୍ଡପଡ଼ା ଓ ନୟାଗଡ଼ ଆସନରେ ହେବ ଭୋଟ୍‌।

ଜୁନ୍‌ ୧ରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁରର ଲୋକସଭା ନିର୍ବାଚନମଣ୍ଡଳୀ ସମେତ ଏହା ଅନ୍ତର୍ଗତ ୪୨ଟି ବିଧାନସଭା ଆସନରେ ଭୋଟ୍ ଗ୍ରହଣ ହେବ । ଏହି ଦିନ ଯଶୀପୁର, ସାରସକଣା, ରାଇରଙ୍ଗପୁର, ବାଙ୍ଗିରିପୋଷି, ଉଦଳା, ବଡ଼ସାହି, ବାରିପଦା, ମୋରଡ଼ା, ଜଳେଶ୍ୱର, ଭୋଗରାଇ, ବସ୍ତା, ବାଲେଶ୍ୱର, ରେମୁଣା, ନୀଳଗିରି, ସୋର, ସିମୁଳିଆ, ଭଣ୍ଡାରିପୋଖରୀ, ଭଦ୍ରକ, ବାସୁଦେବପୁର, ଧାମନଗର, ଚାନ୍ଦବାଲି, ବିଂଝାରପୁର, ବରୀ, ବଡ଼ଚଣା, ଧର୍ମଶାଳା, ଯାଜପୁର, କୋରେଇ, ସୁକିନ୍ଦା, ନିଆଳି, ସାଲେପୁର, ମାହାଙ୍ଗା, ପାଟକୁରା, କେନ୍ଦ୍ରାପଡ଼ା, ଆଳି, ରାଜନଗର, ମହାକାଳପଡ଼ା, ପାରାଦୀପ, ତିର୍ତ୍ତୋଲ, ବାଲିକୁଦା ଏରସମା, ଜଗତସିଂହପୁର, କାକଟପୁର ଓ ନିମାପଡ଼ାରେ ଭୋଟ୍ ଗ୍ରହଣ କରାଯିବ।

Breaking News