Report Card Odisha

| Daily Odia News

ରାଜ୍ୟରେ ବଢ଼ିଲା ବିଦ୍ୟୁତ୍ ଦର…..

3D Electric power lines over sunrise

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ମହଙ୍ଗା ହେଲା ବିଦ୍ୟୁତ୍ ଦର। ୟୁନିଟ୍ ପିଛା ସର୍ବନିମ୍ନ ୩୦ ପଇସା ବୃଦ୍ଧି ହୋଇଛି। ରାଜ୍ୟରେ ବିଦ୍ୟୁତ୍ ଦର ବୃଦ୍ଧିକୁ ଓଇଆରସି ପକ୍ଷରୁ ମଞ୍ଜୁରୀ ମିଳିଛି । ଏପ୍ରିଲ ୪ରୁ ଲାଗୁ ହୋଇପାରେ ବର୍ଦ୍ଧିତ ଦର। କିନ୍ତୁ ବିପିଏଲ ଏବଂ ଜଳସେଚନ ଉପଭୋକ୍ତାଙ୍କ ପାଇଁ ଦର ଅପରିବର୍ତ୍ତିତ ରହିଛି। ସୂଚନା ଅନୁଯାୟୀ, ମିଟର ରେଣ୍ଟ, ମାସିକ ସର୍ବନିମ୍ନ ଚାର୍ଜ ମଧ୍ୟ ଅପରିବର୍ତ୍ତିତ ରହିଛି। ଘରୋଇ ଓ ସିଙ୍ଗଲ ଫେଜ ଉପଭୋକ୍ତାଙ୍କ ପାଇଁ ବିଦ୍ୟୁତ୍ ବିଲ୍‌ରେ ୨ ପ୍ରତିଶତ ରିହାତି ରହିଛି। ଏପରିକି ଡିଜିଟାଲରେ ପେମେଣ୍ଟ କଲେ ଉପଭୋକ୍ତାଙ୍କୁ ରିହାତି ମିଳିବ। ଏହା ବ୍ୟତୀତ ସମସ୍ତ ପ୍ର-ପେଡ୍ ଉପଭୋକ୍ତାଙ୍କୁ ମଧ୍ୟ ୨ ପ୍ରତିଶତ ରିହାତି ମିଳିବ। ବିଦ୍ୟୁତ୍ ଦର ବୃଦ୍ଧି ଯୋଗୁଁ ଏଣିକି ପ୍ରଥମ ୫୦ ୟୁନିଟ୍‌ରେ ୟୁନିଟ୍ ପିଛା ୩ ଟଙ୍କା, ୫୧ ରୁ ୨୦୦ ୟୁନିଟ୍‌ ମଧ୍ୟରେ ୟୁନିଟ୍ ପିଛା ଦର ୫.୮୦ ଟଙ୍କା, ୪୦୦ ୟୁନିଟ୍‌ରୁ ଅଧିକ ହେଲେ ୟୁନିଟ୍ ପିଛା ଦର ୬ ଟଙ୍କା ୨୦ ପଇସା ନିର୍ଦ୍ଧାରିତ କରାଯାଇଛି। ବର୍ଦ୍ଧିତ ଦର ଏପ୍ରିଲ ୪ରୁ ଲାଗୁ ହେବା ନେଇ ସୂଚନା ଦିଆଯାଇଛି।

Breaking News