ରିପୋର୍ଟ କାର୍ଡ / ଭୁବନେଶ୍ଵର
ବିଶିଷ୍ଟ ଶିକ୍ଷାବିତ୍ ସ୍ୱନାମଧନ୍ୟ ଚାର୍ଟାଡ ଆକାଉଣ୍ଟାଟ, ଉଦ୍ୟୋଗପତି ତଥା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନର ଉପଦେଷ୍ଟା ଡ. ବିଜୟ କୁମାର ସାହୁଙ୍କର ଆଜି ପରଲୋକ ହୋଇଛି। କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧିନ ଥିବା ଅବସ୍ଥାରେ ହାଇଦ୍ରାବାଦର ଏକ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୫୭ ବର୍ଷ ବୟସ ହୋଇଥିଲା। ବିଜୟ ସାହୁଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ଓଡ଼ିଶାର ଶିକ୍ଷା କ୍ଷେତ୍ରରେ ବିଜୟଙ୍କର ଯଥେଷ୍ଟ ଅବଦାନ ରହିଥିଲା । ଠିକ୍ ସେହିପରି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀରରଞ୍ଜନ ଦାଶ ବି ବିଜୟ ସାହୁଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏହାଛଡ଼ା ତାଙ୍କ ଦେହାନ୍ତରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି।






More Stories
ବ୍ୟବସାୟୀଙ୍କୁ ଅପହରଣ ଘଟଣା:୫୦ ଲକ୍ଷ ପାଇଁ ହୋଇଥିଲା ଷଡ଼ଯନ୍ତ୍ର……
ବ୍ୟବସାୟୀ ଅପହରଣ ମାମଲା: ପୋଲିସ-ସାମ୍ବାଦିକ ଗିରଫ…..
ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ!…..