ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଶୁକ୍ରବାର ଜମ୍ମୁ-କାଶ୍ମୀର ରାଜୌରୀ ଜିଲ୍ଲାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଘମାଘୋଟ ଲଢେଇ ହୋଇଛି । ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା ସାନୁସାରେ- ରାଜୌରୀ ଜିଲ୍ଲାର ଥାନାମାଣ୍ଡି ଜଙ୍ଗଲ ଅଞ୍ଚଳରେ କିଛି ସନ୍ଦିଗ୍ଧ ଆତଙ୍କବାଦୀ ଲୁଚିରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ଖବର ମିଳିଥିଲା। ଏହାପରେ ଗୁରୁବାର ରାତିରେ ପୋଲିସ ଓ ସୁରକ୍ଷାକର୍ମୀ ମିଳିତ ଭାବେ ଉକ୍ତ ଅଞ୍ଚଳକୁ ଘେରାବନ୍ଦୀ କରି ସର୍ଚ୍ଚ ଅପରେଶନ୍ କରିଥିଲେ। ଏହି ସମୟରେ ଲୁଚିରହିଥିବା ଆତଙ୍କବାଦୀ ସୁରକ୍ଷାକର୍ମୀଙ୍କୁ ଦେଖି ଭୟଭୀତ ହୋଇପଡ଼ି ଆଖିବୁଜା ଗୁଳିଚାଳନା କରିଥିଲେ। ଏହାର ପାଲଟା ଜବାବରେ ସୁରକ୍ଷାକର୍ମୀ ମଧ୍ୟ ପ୍ରତି ଆକ୍ରମଣ କରିଥିଲେ। ଏହି ଗୁଳିବିନିମୟରେ ୨ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ତେବେ ଏବେ ବି ଘଟଣାସ୍ଥଳରେ ଗୁଳି ବିନିମୟ ଜାରି ରହିଛି ବୋଲି ସ୍ଥାନୀୟ ପୋଲିସ ପକ୍ଷରୁ ସୂଚନା ରହିଛି।






More Stories
ଦୁବେଙ୍କ ବୟାନକୁ ନେଇ ରାଜ୍ୟ ରାଜନୀତି ସରଗରମ…..
ଓଏଏସ୍ ସ୍ତରରେ ଅଦଳବଦଳ…..
ଗ୍ୟାସ ସିଲିଣ୍ଡରକୁ ନେଇ ବଡ଼ ଘୋଷଣା…..