ରିପୋର୍ଟ କାର୍ଡ / କୋକସରା
କଳାହାଣ୍ଡି ଜିଲ୍ଲାରେ ଜଣେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କର ସନ୍ଦେହଜନକ ମୃତ୍ୟୁ ହୋଇଛି। ଆଜି ମୁଖିଗୁଡା ସ୍ଥିତ ସରକାରୀ କ୍ୱାର୍ଟର୍ସରୁ ତାଙ୍କର ମୃତଦେହ ଉଦ୍ଧାର କରିଛି ଜୟପାଟଣା ପୋଲିସ । ମୃତକ ଜଳ ସଂପଦ ବିଭାଗ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ରଞ୍ଜିତ କୁମାର କାର୍ଜି। ସେ ଇନ୍ଦ୍ରାବତୀ ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିଲେ ବୋଲି ଜଣାଯାଇଛି। ତାଙ୍କ ଘର ପାରଳାଖେମୁଣ୍ଡିରେ। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ଜୟପାଟଣା ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଥିବା ସୂଚନା ମିଳିଛି |






More Stories
ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ…..
କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ…..
ମା’ଙ୍କୁ ମାରି ପ୍ଲାଷ୍ଟର କରିଦେଲା ପୁଅ !…..