ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
କିଛି ଦିନ ପୂର୍ବେ କୀଟନାଶକ ସେବନ କରି ଆତ୍ମହତ୍ୟା ଉଦ୍ୟମ କରିଥିବା ତାମିଲନାଡୁ ସାଂସଦ ଏ ଗଣେଶ ମୂର୍ତ୍ତିଙ୍କର ଗୁରୁବାର ସକାଳେ ହୃଦ୍ଘାତରେ ମୃତ୍ୟୁ ଘଟିଛି। ସକାଳ ପ୍ରାୟ ୫ଟା ସମୟରେ କୋଏମ୍ବାଟୁରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ୭୬ ବର୍ଷୀୟ ନେତା ଆଖି ବୁଝିଛନ୍ତି । ୨୦୧୯ ଲୋକସଭା ନିର୍ବାଚନରେ ଏରୋଡରୁ ଡିଏମକେ ଟିକେଟରେ ନିର୍ବାଚିତ ହୋଇଥିଲେ | ଗଣେଶ ମାର୍ଚ ୨୫ ତାରିଖରେ ବାନ୍ତି କରିବାରେ ଲାଗିଥିଲେ। ତାଙ୍କୁ ପରିବାର ସଦସ୍ୟ ତୁରନ୍ତ ଏକ ଘରୋଇ ହସ୍ପିଟାଲ୍ ନେଇଯାଇଥିଲେ | ହସ୍ପିଟାଲ୍ରେ ଜଣାପଡ଼ିଲା ଯେ ସେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇ ଭେଣ୍ଟିଲେଟରରେ ରଖାଯାଇଥିଲା| ଆଜି ଡାକ୍ତରଖାନାରେ ପରଲୋକ ହୋଇଯାଇଛି। ଉଲ୍ଲେଖ ଯୋଗ୍ୟ- ଏ ଗଣେଶମୂର୍ତ୍ତି ତିନି ଥର ଲୋକସଭାକୁ ନିର୍ବାଚିତ ହୋଇଥିଲେ। ଏଥର ତାଙ୍କୁ ଟିକେଟ ଦିଆଯାଇ ନଥିଲା। ତାଙ୍କ ବଦଳରେ ଏମ୍ଡିଏମ୍କେ ପ୍ରତିଷ୍ଠାତା ଭାଇକୋଙ୍କ ପୁଅ ଦୁରାଇ ଭାଇକୋଙ୍କୁ ଇରୋଡ ଲୋକସଭା ଆସନରୁ ପ୍ରାର୍ଥୀ କରାଯାଇଛି। ଉଭୟ ଏମ୍ଡିଏମ୍କେ ଓ ଡିଏମ୍କେ ମିଳିତ ଭାବେ ଦୁରାଇଙ୍କୁ ଏହି ଆସନରୁ ପ୍ରାର୍ଥୀ କରିଛନ୍ତି। ଦଳର ଏହି ନିଷ୍ପତ୍ତି ପରେ ଅସନ୍ତୋଷ ପ୍ରକାଶ କରିଥିଲେ ଏ ଗଣେଶମୂର୍ତ୍ତି। ଏହା ପରେ ସେ କୀଟନାଶକ ପିଇ ଦେଇଥିଲେ। କୀଟନାଶକ ପିଇ ଦେଇଥିବା କଥା ସେ ତାଙ୍କ ପରିବାର ଲୋକଙ୍କୁ କହିଥିଲେ ବୋଲି ଜଣାପଡ଼ିଛି।
Discussion about this post