ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୂରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ହୋଇଥିଲା। ଶ୍ରୀ ଭଣ୍ଡାରେ ୨୦୦୭ରୁ ୨୦୧୩ ଯାଏ ଓଡ଼ିଶାର ରାଜ୍ୟପାଳ ଥିଲେ। ମହାରାଷ୍ଟ୍ର କଂଗ୍ରେସର ଏହି ବରିଷ୍ଠ ରାଜନେତା ୩ଥର ସାଂସଦ ହୋଇଥିଲେ। ସେ ସୁପ୍ରିମ୍ କୋର୍ଟର ଆଇନ୍ଜୀବୀ ମଧ୍ୟ ରହିଥିଲେ। ଶ୍ରୀ ଭଣ୍ଡାରେଙ୍କ ବିୟୋଗରେ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି। ଓଡ଼ିଶାର ପୂର୍ବତନ ରାଜ୍ୟପାଳ ତଥା ବିଶିଷ୍ଟ ରାଜନେତା ଶ୍ରୀ ମୂରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ବିୟୋଗରେ ରାଜ୍ୟପାଳ ରଘୁବର ଦାସ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଅମର ଆତ୍ମାର ସଦଗତି ନିମନ୍ତେ କାମନା କରି ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ରାଜ୍ୟପାଳ।






More Stories
ଭାରତ ବନ୍ଦରେ ୩୦କୋଟି ଶ୍ରମିକ ସାମିଲ…..
ଠିକ୍ ସମୟରେ କାମ ନହେଲେ କାର୍ଯ୍ୟାନୁଷ୍ଠାନ…..
ଆଜି ଦେଶବ୍ୟାପି ୬ଘଣ୍ଟିଆ ଧର୍ମଘଟ……