ରିପୋର୍ଟ କାର୍ଡ / ଗୁଣୁପୁର
ଦୀର୍ଘ ୨୮ ବର୍ଷ ପରେ ପତ୍ନୀଙ୍କ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗ। ଭୁବନେଶ୍ୱରର ସ୍ୱତନ୍ତ୍ର କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଆସନ୍ତା ମଙ୍ଗଳବାର କୋର୍ଟ ଦଣ୍ଡ ଘୋଷଣା କରାଯିବ। ୧୧ ଜଣ ସାକ୍ଷୀ ଓ ୧୫ଟି ଦସ୍ତାବିଜ୍ ଆଧାରରେ ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଉଲ୍ଲେଖ ଯୋଗ୍ୟ -୧୯୯୫ରେ ରାମମୂର୍ତ୍ତିଙ୍କ ପତ୍ନୀ ଶଶିରେଖା ଗମାଙ୍ଗୋଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଥିଲା। ଖାରବେଳ ନଗରର ଏମ୍ଏଲଏ କଲୋନୀରେ ଥିବା ଘରୁ ତାଙ୍କ ପତ୍ନୀଙ୍କ ପୋଡ଼ା ମୃତଦେହ ମିଳିଥିଲା। ଏହି ଘଟଣାରେ ପ୍ରଥମେ ୟୁଡି ଓ ପରେ ହତ୍ୟା ମାମଲା ରୁଜୁ କରିଥିଲା ପୋଲିସ । ତଦନ୍ତ ବେଳେ ଏହା ଆତ୍ମହତ୍ୟା ନୁହେଁ ହତ୍ୟା ବୋଲି ଜଣାପଡ଼ିଥିଲା। ରାମମୂର୍ତ୍ତି ଗମାଙ୍ଗର ଏଥିରେ ସଂପୃକ୍ତି ଥିବା କଥା ସାମ୍ନାକୁ ଆସିଥିଲା। ହତ୍ୟାକୁ ଆତ୍ମହତ୍ୟାର ରୂପ ଦେବା ପାଇଁ ପ୍ରୟାସ କରାଯାଇଥିଲା। ୧୯୯୦ରେ ରାମମୂର୍ତ୍ତି ଗମାଙ୍ଗ ଜନତା ଦଳ ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଏହା ପରେ ୨୦୦୦ ମସିହାରେ ବିଜେପି ଟିକେଟରେ ଦ୍ୱିତୀୟ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ।
More Stories
ବାରବାଟୀ ଦିନିକିଆରେ ଫ୍ଲଡ୍ ଲାଇଟ୍ ବନ୍ଦ ଘଟଣା: ଓସିଏକୁ କାରଣ ଦର୍ଶାଅ ନୋଟିସ୍ …..
ମହାକୁମ୍ଭରେ ବୁଡ ପକାଇଲେ ରାଷ୍ଟ୍ରପତି…..
୧୫ରେ ରାଶନ କାର୍ଡ E-KYC ଅବଧି ସରିବ….