ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
୨ ହଜାର ଟଙ୍କିଆ ନୋଟ୍ ନେଇ ରିଜର୍ଭ ବ୍ୟାଙ୍କ ବଡ଼ ନିଷ୍ପତ୍ତି ନେଇଛନ୍ତି। ଆଉ ଚଳିବନି ୨ ହଜାର ଟଙ୍କିଆ ନୋଟ | କିନ୍ତୁ ଏବେ ଅଚଳ ହେବନି ୨ ହଜାର ଟଙ୍କିଆ ନୋଟ୍। ମେ’ ୨୩ରୁ ବ୍ୟାଙ୍କମାନଙ୍କରେ ବଦଳାଇ ହେବ ୨ ହଜାର ଟଙ୍କିଆ।ସେପ୍ଟେମ୍ବର ୩୦ ମଧ୍ୟରେ ବ୍ୟାଙ୍କରୁ ବଦଳାଇ ହେବ ଏହି ନୋଟ୍। ନୋଟ୍ ବଦଳାଇବା ପାଇଁ ବ୍ୟାଙ୍କରେ ସ୍ୱତନ୍ତ୍ର ବ୍ୟବସ୍ଥା ରହିବ। ଥରକେ ସର୍ବାଧିକ ୨୦ ହଜାର ଟଙ୍କା ପର୍ଯ୍ୟନ୍ତ ବଦଳାଇ ହେବ। ଅନ୍ୟପଟେ ଗ୍ରାହକମାନଙ୍କୁ ଆଉ ୨ ହଜାର ଟଙ୍କିଆ ନୋଟ୍ ନଦେବାକୁ ବ୍ୟାଙ୍କମାନଙ୍କୁ ନିର୍ଦ୍ଦେଶ ହୋଇଥିବା ସୂଚନା ମିଳିଛି |






More Stories
୮ ସାଂସଦ ନିଲମ୍ବିତ…..
ଡାଟା ସେୟାରିଂ ନାଁରେ ନାଗରିକଙ୍କ ଗୋପନୀୟତାର…..
ଏନଡିଏ ବୈଠକରେ ମୋଦୀଙ୍କୁ ଭବ୍ୟ ସ୍ୱାଗତ…..