ରିପୋର୍ଟ କାର୍ଡ / ସମ୍ବଲପୁର
ସମ୍ବଲପୁର କମାଣ୍ଡ ଏରିଆ ଡେଭଲପମେଣ୍ଟ ଅଥରିଟି(କାଡା) ମଣ୍ଡଳର ନିର୍ବାହୀ ଯନ୍ତ୍ରୀ ପଦ୍ମଲୋଚନ ନାୟକଙ୍କୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ କରାଯାଇଛି ଏବଂ ଆଜି ତାଙ୍କୁ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ସମ୍ବଲପୁରର ସ୍ୱତନ୍ତ୍ର ବିଚାରପତି, ଭିଜିଲାନ୍ସଙ୍କ କୋର୍ଟକୁ ପଠାଯାଉଛି। ଏହି ସମ୍ପର୍କରେ, ସମ୍ବଲପୁର ଭିଜିଲାନ୍ସ ପିଏସ୍ ମାମଲା ନଂ ୦୭/୨୦୨୬, ଦୁର୍ନୀତି ନିବାରଣ ଆଇନ, ୨୦୧୮ ଅଧୀନରେ ନିର୍ବାହୀ ଯନ୍ତ୍ରୀଙ୍କ ବିରୋଧରେ ରୁଜୁ କରାଯାଇଛି। ସୂଚନାନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କମାଣ୍ଡ ଏରିଆ ଡେଭଲପମେଣ୍ଟ ଅଥରିଟି(କାଡା) ମଣ୍ଡଳର ନିର୍ବାହୀ ଯନ୍ତ୍ରୀ ପଦ୍ମଲୋଚନ ନାୟକଙ୍କ ୭ ଠିକଣାରେ ମଙ୍ଗଳବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ଉ କରାଯାଇଥିଲା।






More Stories
ନବୀନ କରିବେ ବଡ଼ ଘୋଷଣା!…..
ଅର୍ଥ ବିଭାଗର ସ୍ବୀକୃତିପ୍ରାପ୍ତ ବ୍ୟାଙ୍କ ତାଲିକା…..
ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପାଇଁ ବଢ଼ୁଛି ବିବାଦ:ଦକ୍ଷତାକୁ ନେଇ ପ୍ରଶ୍ନବାଚୀ…..