ରିପୋର୍ଟ କାର୍ଡ / ଭୁବନେଶ୍ୱର
ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ରାଜ୍ୟର ସରକାରୀ ଉଦ୍ୟୋଗ (State PSUs)ର କର୍ମଚାରୀମାନଙ୍କ ପାଇଁ ୨ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି । ଏହାଦ୍ୱାରା ସରକାରୀ ଉଦ୍ୟୋଗ କର୍ମଚାରୀଙ୍କ ସମୁଦାୟ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଛି । ଝାରସୁଗୁଡା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ଦିନତମାମ ବ୍ୟସ୍ତବହୁଳ କାର୍ଯ୍ୟକ୍ରମ ପରେ ବିଳମ୍ୱିତ ରାତି ପର୍ଯ୍ୟନ୍ତ ସରକାରୀ କାର୍ଯ୍ୟ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଏହି ମହଙ୍ଗା ଭତ୍ତା ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ପିଛିଲା ଭାବେ ୨୦୨୫ ଜାନୁୟାରୀ ପହିଲା ଠାରୁ ଲାଗୁ ହେବ ।






More Stories
ଘୂର୍ଣ୍ଣିଝଡ଼ ସମ୍ଭାବନା କମ୍….
ଏସିଆନ୍ ଗେମ୍ସ: ଭାରତକୁ ୬ ସ୍ୱର୍ଣ୍ଣ, ୫ମ ସ୍ଥାନରେ ଭାରତ…..
ବିଧାନସଭା ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ…..