ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଜମ୍ମୁ ଓ କାଶ୍ମୀରର ଶ୍ରୀନଗର ସ୍ଥିତ ନୌଗାଓଁ ପୋଲିସ ଥାନାରେ ବଡ ବିସ୍ଫୋରଣରେ ୯ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ଜଣ ଆହତ ହୋଇଛନ୍ତି । ଏହାସହିତ ଅନେକ ଗାଡି ସମ୍ପୂର୍ଣ୍ଣ ଜଳିଯାଇଛି । ବିସ୍ଫୋରଣରେ ପୋଲିସ ଥାନାର କୋଠାର ଏକ ଅଂଶ ମଧ୍ୟ ନଷ୍ଟ ହୋଇଯାଇଛି । ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ସେ ଶରୀରର ବିଭିନ୍ନ ଅଂଶ ଖଣ୍ଡ ଖଣ୍ଡ ହୋଇ ୩୦୦ ଫୁଟ ଦୂର ପର୍ଯ୍ୟନ୍ତ ବିଛାଡି ହୋଇ ପଡିଥିଲା । ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ ବିସ୍ଫୋରଣରେ ଥାନା ଉଡିଯିବା ସହ ବହୁ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କ ମୃତ୍ୟୁ ହୋଇଛି । ବିସ୍ଫୋରଣର ଶଦ୍ଦ ଦୂର ଦୂରକୁ ପ୍ରତିଧ୍ୱନିତ ହୋଇଥିଲା । ଯାହାକୁ ନେଇ ଲୋକମାନେ ଆଶ୍ଚର୍ଯ୍ୟ ହୋଇଥିଲେ । ଘଟଣା ପରେ ସେଠାରେ ପ୍ରବଳ ଭିଡ ଜମିବାରୁ ପୋଲିସ କର୍ମୀ ଭିଡ଼ ପରିଚାଳନା କରିଥିଲେ । ପୋଲିସ ଓ ଅଗ୍ନିଶମ ବାହିନୀ ନିଆଁକୁ ନିୟନ୍ତ୍ରଣ କରିଥିଲେ । ଲୋକଙ୍କ ସହାୟତାରେ ଆହତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ମୃତ ଦେହଗୁଡିକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି ।






More Stories
ଇରାନକୁ ଟ୍ରମ୍ପଙ୍କ ଚେତାବନୀ…..
ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି,ପ୍ରଧାନମନ୍ତ୍ରୀ, ରାହୁଲ ଗାନ୍ଧୀ, ଅନ୍ୟ ବିଶିଷ୍ଟ ବ୍ୟକ୍ତି…..
ଅକ୍ଟୋବର ୨ ରୁ ଗଣତନ୍ତ୍ର ବଞ୍ଚାଅ ଅଭିଯାନ….