Report Card Odisha

| Daily Odia News

ବାଣ ବିସ୍ଫୋରଣ,୮ମୃତ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ 

ପଶ୍ଚିମବଙ୍ଗ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ଘଟି ୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଅନେକ ହୋଇଛନ୍ତି । ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ, ଗୋଦାମର ଛାତ ଉଡିଯାଇଛି। ଆଜି ଏହି ବିସ୍ଫୋରଣ ଘଟିଥିଲା। ଏହି ସମୟରେ ଫ୍ୟାକ୍ଟ୍ରିରେ ଅନେକ କର୍ମଚାରୀ ଥିଲେ। କିଛି କର୍ମଚାରୀ ଫସି ରହିଥିବା ସୂଚନା ମିଳିଛି | ସୂଚନା ଅନୁସାରେ, ଉତ୍ତର ୨୪ ପ୍ରଗଣା ଦତ୍ତପୁକୁର ଅଞ୍ଚଳରେ ଏହି ବିସ୍ଫୋରଣ ଘଟିଥିଲା। ଖବର ପାଇ ଉଦ୍ଧାରକାରୀ ଟିମ୍ ଉଦ୍ଧାରକାର୍ଯ୍ୟ ଜାରି ରଖିଛନ୍ତି। ଆହତମାନଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେପଟେ, ଟିଏମସି ନେତାଙ୍କ ସହାୟତାରେ ଏହି ବେଆଇନ ବାଣ କାରଖାନା ଚାଲିଛି ଏବଂ ଏଥିପାଇଁ ପୋଲିସକୁ ମଧ୍ୟ ଟଙ୍କା ଦିଆଯାଉଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି । ଏପରି ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଅନ୍ୟ ଏକ ବାଣ କାରଖାନାକୁ ନଷ୍ଟ କରି ଦେଇଥିବା ସୂଚନା ମିଳିଛି ।

 

Breaking News