Report Card Odisha

| Daily Odia News

ରାଜଧାନୀରେ ନକଲି କଲ୍ ସେଣ୍ଟର ଠାବ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜଧାନୀ ଭୁବନେଶ୍ୱରରେ ଚାଲିଥିଲା ନକଲି କଲ୍ ସେଣ୍ଟର। ସୁନ୍ଦରପଦାର କାଞ୍ଚନ ଟାୱାର ଆପାର୍ଟମେଣ୍ଟରେ କମିଶନରେଟ ପୋଲିସର ସାଇବର ଟିମ ଆଜି ଚଢ଼ାଉ କରି ଏହି ନକଲି କଲ୍ ସେଣ୍ଟର ଠାବ କରିଛି। ପୋଲିସ ଏହି ଘଟଣାରେ ୬ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ଏଥିସହ ଏକାଧିକ ଲାପଟପ୍, ମୋବାଇଲ ଓ ଅନେକ ଡିଜିଟାଲ ଡିଭାଇସ ଜବତ କରିଛି। ଅଟକ ୬ ଜଣ ଘର କୋଲକାତାରେ ବୋଲି ଜଣାଯାଇଛି | କାଞ୍ଚନ ଟାୱାର ଆପାର୍ଟମେଣ୍ଟରେ ଦ୍ୱିତୀୟ ମହଲାରେ ଥିବା ୨୦୫ ନମ୍ବର ଫ୍ଲାଟରେ ନକଲି କଲ୍ ସେଣ୍ଟର ଚାଲିଥିବା କମିଶନରେଟ ପୋଲିସର ସାଇବର ଟିମ୍ କୌଣସି ସୂତ୍ରରୁ ଖବର ପାଇଥିଲା। ଆଜି ସାଇବର ଟିମ ଆପାର୍ଟମେଣ୍ଟରେ ଚଢ଼ାଉ କରିଥିଲା। ଚଢ଼ାଉ ବେଳେ ଆପାର୍ଟମେଣ୍ଟରେ ନକଲି କଲ୍ ସେଣ୍ଟର ଚାଲିଥିବା ଜଣାପଡ଼ିଥିଲା। ଏହି କଲ୍‌ ସେଣ୍ଟରରେ ଲୋକମାନଙ୍କୁ ଫେକ୍‌ କଲ୍‌ କରଯାଇ ଚୁନ ମାରୁଥିଲେ ସାଇବର ଲୁଟେରା। ଏଥିସହ ଆପାର୍ଟମେଣ୍ଟରୁ ସିମ ବକ୍ସ ଭଳି ଦେଖାଯାଉଥିବା କିଛି ଡିଭାଇସ ଠାବ କରିଛି ପୋଲିସ । ନକଲି କଲ୍ ସେଣ୍ଟର ଠାବ ନେଇ ଭୁବନେଶ୍ୱର ଡିସିପି ପିନାକ ମିଶ୍ର କହିଛନ୍ତି, କଲ୍ ସେଣ୍ଟର ଚଳାଉଥିବା ୬ ଜଣଙ୍କୁ ରିମାଣ୍ଡରେ ନିଆଯିବ। ଏଥିରେ ଆଉ କେଉଁମାନେ ସଂପୃକ୍ତ ଅଛନ୍ତି, ଅଟକ ୬ ଜଣଙ୍କୁ ପଚରାଉଚରା କରିବା ପରେ ଜଣାପଡ଼ିବ। ଅଧିକ ତଦନ୍ତ ପାଇଁ ଟେକ୍ନିକାଲ ଟିମ୍‌ର ସାହାଯ୍ୟ ନିଆଯାଉଛି। ରାଜ୍ୟ ଓ ରାଜ୍ୟ ବାହାରର ଲୋକଙ୍କୁ ଲିଙ୍କ୍ ପଠାଇ ଏଠାରେ ଠକେଇ କରାଯାଉଥିଲା ବୋଲି ଡିସିପି ସୂଚନା ଦେଇଛନ୍ତି।

Breaking News