ରିପୋର୍ଟ କାର୍ଡ / ବଲାଙ୍ଗୀର
ବଲାଙ୍ଗୀର ଜିଲ୍ଲା ପୁଇଁତଲା ଥାନା ଅନ୍ତର୍ଗତ ରଣ୍ଡା ଉଚ୍ଚବିଦ୍ୟାଳୟର ହିନ୍ଦୀ ଶିକ୍ଷୟିତ୍ରୀ ମୃଣ୍ମୟୀ ପଣ୍ଡାଙ୍କୁ ପୋଲିସ ଅଟକରଖିଛି। ସୂଚନା ଯେ, ମୃଣ୍ମୟୀଙ୍କ ସହ ୪ଜଣ ଶିକ୍ଷକ ନକଲି ସାର୍ଟିଫିକେଟରେ ଚାକିରି କରିଥିବାନେଇ ଟାଉନଥାନାରେ ଅଭିଯୋଗ କରିଥିଲେ ଜିଲ୍ଲା ଶିକ୍ଷାଧିକାରୀ ।୨୦୧୩ ମସିହାରୁ ଗତ ୧୦ ବର୍ଷ ଧରି ନକଲି ବିଇଡି ସାର୍ଟିଫିକେଟରେ ମୃଣ୍ମୟୀ ଚାକିରି କରିଥିବା ଅଭିଯୋଗ ହୋଇଛି I ମୃଣ୍ମୟୀ ପ୍ରଦାନ କରିଥିବା ସାର୍ଟିଫିକେଟ ଅନୁସାରେ ଗୋଟିଏ ବର୍ଷରେ ସେ ଯୁକ୍ତ ଦୁଇ ଓ ହିନ୍ଦୀ ଟିଚର୍ସ ଟ୍ରେନିଂ ପାସ କରିଥିଲେ ବୋଲି ଜିଲ୍ଲା ଶିକ୍ଷା ବିଭାଗ ମାମଲାର ତଦନ୍ତ କରି କରିବା ପରେ ସତ ସାମ୍ନାକୁ ଆସିଛି । ଏହି ମାମଲାରେ ଅନ୍ୟ ତିନି ନକଲି ଶିକ୍ଷକ ଫେରାରଥିବା ଜଣାପଡିଛି ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..