ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶାର ବରିଷ୍ଠ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ ଅସୁସ୍ଥ ଅଛନ୍ତି | ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସା କରାଯାଉଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଏକ ପ୍ରତିନିଧି ଦଳ ବିଶିଷ୍ଠ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି | ଚିକିତ୍ସା ସହାୟତା ପାଇଁ ପରିବାର ସଦସ୍ୟଙ୍କୁ ଏକ ଲକ୍ଷ ଟଙ୍କାର ଏକ ଚେକ ପ୍ରଦାନ କରିଛନ୍ତି ପ୍ରତିନିଧି ଦଳ । ଓଡିଆ ଚଳଚ୍ଚିତ୍ର ଉନ୍ନୟନ ନିଗମ ଅଧ୍ୟକ୍ଷ ସତ୍ୟବ୍ରତ ତ୍ରିପାଠୀ, ସଂସ୍କୃତି ନିର୍ଦ୍ଦେଶକ ଦିଲୀପ ରାଉତରାଏ, ବିଭାଗୀୟ ଯୁଗ୍ମ ନିର୍ଦ୍ଦେଶକ ସୁବୋଧ ଆଚାର୍ଯ୍ୟ, ଓଡିଶା ସଙ୍ଗୀତ ନାଟକ ଏକାଡେମୀ ସଚିବ ପ୍ରବୋଧ ରଥ ସାମିଲ ଥିଲେ |






More Stories
୨୦୧ କନ୍ୟାଦାନକଲେ ମୁଖ୍ୟମନ୍ତ୍ରୀ, ନବଦମ୍ପତିଙ୍କୁ ଆଶୀର୍ବାଦ ଦେଇ କହିଲେ…..
ମା’ ବିରଜାଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି…..
ଶୁଭାରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା…..