ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ବିଦାୟ ନେବେ | ତେଣୁ ଗୁରୁବାର ରାଜଭବନ ପକ୍ଷରୁ ତାଙ୍କୁ ବିଦାୟ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା | ରାଜଭବନରେ ବିଦାୟୀ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୌଜନମୂଳକ ସାକ୍ଷାତ କରିଥିଲେ । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ତାଙ୍କର କାର୍ଯ୍ୟକାଳକୁ ପ୍ରଶଂସା କରିବା ସହ ତାଙ୍କୁ ଧନ୍ୟବାଦ ଦେଇଥିବା ଜଣାପଡ଼ିଛି। ରାଜଭବନର ସମସ୍ତ ଅଧିକାରୀ ଓ କର୍ମଚାରୀ ରାଜଭବନରେ ପ୍ରଫେସର ଗଣେଶୀ ସମ୍ବର୍ଦ୍ଧନା ଦେଇଛନ୍ତି। ପ୍ରଫେସର ଗଣେଶୀ ଆଜି ଓଡ଼ିଶା ଛାଡ଼ିବେ। ଅକ୍ଟୋବର ୧୮ତାରିଖରେ ରଘୁବର ଦାସଙ୍କୁ ଓଡ଼ିଶା ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଥିଲା । ସେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲଙ୍କ ସ୍ଥାନରେ କାର୍ଯ୍ୟ କରିବେ। ପ୍ରଫେସର ଗଣେଶୀଲାଲଙ୍କ କାର୍ଯ୍ୟକାଳ ୨୦୨୩ ମେ’ ମାସରୁ ଶେଷ ହୋଇଥିଲେ ମଧ୍ୟ ସେ ପରବର୍ତ୍ତୀ ନିର୍ଦେଶ ପର୍ଯ୍ୟନ୍ତ ରାଜ୍ୟପାଳ ଭାବେ ଦାୟିତ୍ୱ ତୁଲାଉଥିଲେ । ପ୍ରଫେସର ଗଣେଶୀଲାଲ ପ୍ରାୟ ୫ବର୍ଷ ୫ମାସ ଧରି ଓଡ଼ିଶାର ରାଜ୍ୟପାଳ ଭାବେ ଦାୟିତ୍ୱ ସମ୍ପାଦନ କରିଛନ୍ତି।






More Stories
ଦାୟିତ୍ୱ ବାଣ୍ଟିଲେ ନବୀନ…..
ହେରିଟେଜ୍ ହ୍ରଦ ବିନ୍ଦୁ ସାଗର…..
୪ ଲକ୍ଷର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ…..