ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଏମଏସପି ଗ୍ୟାରେଣ୍ଟି, ବେକାରୀ ସମସ୍ୟା ଓ କେନ୍ଦ୍ର ସରକାରଙ୍କ ଜନବିରୋଧୀ ନୀତି ବିରୋଧରେ ଚାଲିଛି ଆନ୍ଦୋଳନ । ଆଜି ବିଭିନ୍ନ କୃଷକ ସଂଗଠନ ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି । ବିଭିନ୍ନ ଫସଲର ଏମଏସପି ବୃଦ୍ଧିକୁ ଆଇନଗତ ସ୍ୱୀକୃତି ଦେବାକୁ ଦାବି କରି କୃଷକ ସଂଗଠନ ଏହି ବନ୍ଦ ଡାକରା ଦେଇଛନ୍ତି । କଂଗ୍ରେସ ସମେତ ଅନେକ ବିରୋଧୀ ଦଳ ମଧ୍ୟ ଏହି ବନ୍ଦ ଡାକରାକୁ ସମର୍ଥନ ଜଣାଇଛନ୍ତି । ଅପରାହ୍ନ ୪ଟା ଯାଏ ବନ୍ଦ ଡାକରା ଦିଆଯାଇଥିବା ବେଳେ ଜରୁରୀକାଳୀନ ସେବାକୁ ଏଥିରୁ ବାଦ ଦିଆଯାଇଛି । ଦିଲ୍ଲୀ ହରିଆଣାର ଶମ୍ଭୁ ସୀମାରେ କେନ୍ଦ୍ର ସରକାର ଯେଉଁଭଳି ଭାବେ କୃଷକମାନଙ୍କ ଆନ୍ଦୋଳନକୁ ଦମନ କରିବାକୁ ଚେଷ୍ଟା ଚଳାଇଛନ୍ତି ତାହାକୁ ବିଭିନ୍ନ କୃଷକ ସଂଗଠନ ସମେତ ଟ୍ରେଡ ୟୁନିୟନ ଗୁଡିକ ମଧ୍ୟ ନିନ୍ଦା କରିଛନ୍ତି । ଏହି ଆନ୍ଦୋଳନକୁ ଭଣ୍ଡୁର କରିବା ଷଡଯନ୍ତ୍ର ବିରୋଧରେ ଭାରତ ବନ୍ଦ ଡାକରା ଦିଆଯାଇଛି । ଅପରାହ୍ନ ୧୨ଟାରୁ ୪ଟା ପର୍ଯ୍ୟନ୍ତ ଦେଶର ବିଭିନ୍ନ ପ୍ରମୁଖ ସ୍ଥାନରେ ଚାଷୀମାନେ ଚକାଜାମ କରିବାକୁ ଚେତାବନୀ ଦେଇଛନ୍ତି ।






More Stories
ଆଜି ଦେଶବ୍ୟାପି ୬ଘଣ୍ଟିଆ ଧର୍ମଘଟ……
୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ……
ନମାଜ ସମୟରେ ବିସ୍ଫୋରଣ,୧୦ ମୃତ୍ୟୁ…..