ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ମଧ୍ୟପ୍ରଦେଶ ରାଜଧାନୀ ଭୋପାଳ ସଚିବାଳୟରେ ହଠାତ ଅଗ୍ନିକାଣ୍ଡ ଘଟିଛି ।ଆଜି ସଚିବାଳୟ ଭବନରୁ ଧୂଆଁ ବାହାରୁଥିବା ଦେଖିବାକୁ ମିଳିଥିଲା । ସୂଚନା ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଂଚି ନିଆଁ ଲିଭାଇବାକୁ ପ୍ରୟାସ ଜାରି ରଖିଛନ୍ତି । ବର୍ତ୍ତମାନ ସୁଦ୍ଧା ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ । ଭୋପାଳର ବଲ୍ଲଭ ଭବନ ପୁରୁଣା ବିଲି୍ଡଂର ତୃତୀୟ ମହଲାରେ ନିଆଁ ଲାଗିବା ମାତ୍ରେ ପୋଲିସ ଏବଂ ଅଗ୍ନିଶମ ବିଭାଗ ପହଂଚି ନିଆଁକୁ ଆୟତ କରିଛନ୍ତି । ଘଟଣାର ତଦନ୍ତ କରି ବିସ୍ତୁତ ରିପୋର୍ଟ ଦେବାକୁ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।






More Stories
ଇଣ୍ଡୋନେସିଆରେ ବିଜୁବାବୁଙ୍କୁ ମୋଦୀଙ୍କ ପ୍ରଶଂସା…..
ରନ୍ଓ୍ବେରେ ୨ ବିମାନ ମୁହାଁମୁହିଁ…..
ବଳାତ୍କାର ପରେ ହତ୍ୟା ମାମଲା: ଅଭିଯୁକ୍ତ ଏନକାଉଣ୍ଟରରେ ନିହତ…..