ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ମଙ୍ଗଳବାର ଦିଲ୍ଳୀର ନରେଲା ଅଞ୍ଚଳରେ ଏକ ପାଇପ କାରଖାନାରେ ଭୀଷଣ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ଜଳିଯାଇଥିବା ବେଳେ ୨୦ ଜଣ ଆହତ ହୋଇଥିବା ସୂଚନା ମିଳୁଛି । ୩ ଜଣଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହାସହ ଅନେକ ଲୋକେ ଏବେ ମଧ୍ୟ କାରଖାନାରେ ଫସି ରହିଛନ୍ତି। ଖବରପାଇ ଅଗ୍ନିଶମ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ସୂଚନା ଯୋଗ୍ୟ, ନରେଲା ଅଞ୍ଚଳରେ ଅଗ୍ନିକାଣ୍ଡ ଘଟିଥିବା ନେଇ ଖବର ପାଇବା ମାତ୍ରେ ୧୦ଟି ଦମକଳ ଗାଡି ଘଟଣା ସ୍ଥଳରେ ପହଞ୍ଚିଥିଲେ। କାରଖାନାର ପ୍ରଥମ ଓ ଦ୍ୱିତୀୟ ମହଲାରେ ନିଆଁ ଲାଗି ଯାଇଥିଲା। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ଘଟଣାର ତଦନ୍ତ ଜାରିରହିଛି |






More Stories
ଶରିଫ ଉସମାନଙ୍କ ହତ୍ୟା ପଛରେ ୟୁନୁସଙ୍କ ହାତ ଅଭିଯୋଗ……
ବଳାତ୍କାରୀଙ୍କୁ ଜାମିନ,ପୀଡ଼ିତାଙ୍କ ସହ ଅପରାଧୀ ଭଳି ବ୍ୟବହାର…..
ସାନ୍ତାଳୀ ଭାଷାରେ ସମ୍ବିଧାନ ପ୍ରକାଶ…..