ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ରାଜଧାନୀ ଦିଲ୍ଲୀର ବବାନା ଇଣ୍ଡଷ୍ଟ୍ରିଆଲ ଅଞ୍ଚଳରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏକ ମ୍ୟାନୁଫ୍ୟାକଚରିଙ୍ଗ ୟୁନିଟରେ ଭୀଷଣ ନିଆଁ ଲାଗିଥିବା ସୂଚନା ମିଳିଛି । ଅଗ୍ନିକାଣ୍ଡ ଏତେ ଭୟଙ୍କର ରହିଛି ଯେ, ନିଆଁକୁ ଆୟତ୍ତ କରିବା ପାଇଁ ଘଟଣାସ୍ଥଳରେ ୧୭ଟି ଦମକଳ ଗାଡି ନିୟୋଜିତ କରାଯାଇଛି । ବିଲଡିଂର ଉପରି ଭାଗରେ ନିଆଁ ଲାଗିଯାଇଥିଲା । ଅଗ୍ନିକାଣ୍ଡରେ ସମଗ୍ର ଅଂଚଳ ଧୂଆଁ ମୟ ହୋଇଯାଇଥିଲା | ତେବେ ଭିତରେ ଲୋକ ଫସି ରହିଛନ୍ତି କି ନାହିଁ, ସେ ନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ ।






More Stories
ଜାଣନ୍ତୁ ଚଳିତବର୍ଷର ବଜେଟ୍…..
ବଢିଲା ଏଲପିଜି ସିଲିଣ୍ଡର ଦର….
ରାଷ୍ଟ୍ରପତିଙ୍କୁ ଭେଟିଲେ ନିର୍ମଳା ସୀତାରମଣ……