ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦିଲ୍ଲୀ-ସହାରନପୁର ରାଜପଥସ୍ଥିତ ଆସ୍ଥା ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଛି। ହସ୍ପିଟାଲର ଉପର ମହଲାରେ ନିଆଁ ଲାଗି ଯାଇଥିଲା। ଏହାଦ୍ୱାରା ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ରୋଗୀଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଥିଲା। ଖବର ପାଇ ୪ଟି ଅଗ୍ନିଶମ ବାହିନୀ ଗାଡ଼ି ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା ଆରମ୍ଭ କରିଥିଲେ। ଦୀର୍ଘ ସମୟର କଠିନ ପରିଶ୍ରମ ପରେ ନିଆଁକୁ ଆୟତ୍ତ କରାଯାଇଥିବା ସୂଚନା ମିଳିଛି। ସୂଚନା ଅନୁସାରେ ଆଜି ଭୋର ୪ଟା ୩୦ ସମୟରେ ଆସ୍ଥା ହସ୍ପିଟାଲର ଉପର ମହଲାରେ ହଠାତ୍ ନିଆଁ ଲାଗି ଯାଇଥିଲା। ଡାକ୍ତରଖାନାରେ ଉପସ୍ଥିତ ଥିବା ସୁରକ୍ଷା କର୍ମୀ ଏନେଇ ଡାକ୍ତରଖାନା ପରିଚାଳକ, ପୋଲିସ ଏବଂ ଅଗ୍ନିଶମ ବିଭାଗକୁ ସୂଚନା ଦେଇଥିଲେ। ସୂଚନା ପାଇବା ପରେ ୪ଟି ଅଗ୍ନିଶମ ବାହିନୀ ଗାଡ଼ି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଭିତରେ ୧୨ ଜଣ ରୋଗୀ ଥିଲେ ଏବଂ ସମସ୍ତଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇ ଅନ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ମୃତାହତ ନେଇ କୌଣସି ଖବର ନାହିଁ। ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୋଲିସ ଯାଞ୍ଚ କରୁଛି ।






More Stories
୪ରେ କେରଳମ ଛୁଇଁବ ମୌସୁମୀ!….
ଲୋକ ଅଦାଲତ କିମ୍ବା ଡିଏଲ୍ଏସ୍ଏ ବିବାହ ବିଚ୍ଛେଦ ସମ୍ପର୍କରେ ନିଷ୍ପତ୍ତି ନେଇ ପାରିବେନି…..
ପୁଣି ବଢିଲା ସିଲିଣ୍ଡର ଦାମ୍ !….