ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ୱର ପଟିଆ ଛକ ନିକଟ ଏକ ଆପାର୍ଟମେଣ୍ଟରେ ସକାଳୁ ନିଆଁ ଲାଗିଯାଇଛି | ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି। ଖବର ପାଇ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ହୋଇଥିଲେ । ଏଥିରେ କେହି ଆହତ ହୋଇ ନ ଥିବା ଜଣାଯାଇଛି। ପଟିଆ ଛକ ନିକଟରେ ଥିବା କେ.କେ ପ୍ଲାଜା ନାମକ ଆପାର୍ଟମେଣ୍ଟରେ ସକାଳୁ ଧୂଆଁ ବାହାରୁଥିବା ଦେଖିବାକୁ ମିଳିଥିଲା। କିଛି ସମୟ ପରେ ଏହା ଚାରିଆଡ଼େ ବ୍ୟାପିବାକୁ ଲାଗିଲା। ଉକ୍ତ ଫ୍ଲାଟଟି ଦୀର୍ଘ ଦିନ ହେଲା ତାଲା ପଡ଼ିଥିବାରୁ ସର୍ଟ ସର୍କିଟରୁ ଏହି ଅଗ୍ନିକାଣ୍ଡ ଲାଗିଥିବା ଅନୁମାନ କରାଯାଉଛି।ଖବର ପାଇ ତୁରନ୍ତ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚିଥିଲେ। ବହୁ ପରିଶ୍ରମ ପରେ ଅଗ୍ନିଶମ କର୍ମଚାରୀ ନିଜ ସରଞ୍ଜାମ ସହ ସେଠାରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି |ଏଥିସହ ତୁରନ୍ତ ଆପାର୍ଟମେଣ୍ଟର ଅନ୍ତେବାସୀଙ୍କୁ ସୁରକ୍ଷିତ ଭାବେ ବାହାରକୁ ଅଣାଯାଇଥିଲା । ତେବେ କେହି ମେଡିକାଲରେ ଭର୍ତ୍ତି ହୋଇ ନ ଥିବା ଜଣାଯାଇଛି।
More Stories
ଇସ୍ରାଏଲ ଆକ୍ରମଣରେ ହିଜବୁଲ୍ଲା କମାଣ୍ଡର ଅଲି ଜାମୋଲ ନିପାତ…..
ନିଜକୁ ସାମ୍ବାଦିକା କହି ଭାରତର ରୁ ତଥ୍ୟ ସଂଗ୍ରହ କରୁଥିଲେ…..
କୁବେର ମୁଖ୍ୟଯନ୍ତ୍ରୀ ଗିରଫ…..