ରିପୋର୍ଟ କାର୍ଡ / ବଲାଙ୍ଗୀର
କୋଇଲା ବୋଝେଇ ଟ୍ରେନରେ ଲାଗିଲା ନିଆଁ । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ରେଲୱେ ଷ୍ଟେସନ ନିକଟରେ ଏକ ଚଳନ୍ତା କୋଇଲା ବୋଝେଇ ଟ୍ରେନରେ ଲାଗିଲା ନିଆଁ ଲାଗିଯାଇଥିଲା | ଟ୍ରେନ ଟି ରାୟପୁରରୁ ବିଶାଖାପାଟଣା ଯାଉଲା । ତୁରକେଲା ରେଲୱେ ଷ୍ଟେସନରୁ ଟ୍ରେନଟି ଆସିଥିବା ବେଳେ ତୁରେକେଲାର ଷ୍ଟେସନ ମାଷ୍ଟର ନିଆଁ ଲାଗିଯାଇଥିବା ସମ୍ପର୍କରେ କଣ୍ଟାବାଞ୍ଜି ଷ୍ଟେସନକୁ ଖବର ଦେଇଥିଲେ | ଟ୍ରେନଟି କଣ୍ଟାବାଞ୍ଜି ଷ୍ଟେସନ ପହଞ୍ଚିବା ପରେ ଅଗ୍ନିଶମ ବିଭାଗ ତୁରନ୍ତ ନିଆଁକୁ ଆୟତ୍ତ କରିଥିଲା । ଟ୍ରେନ ବଗିରେ କୋଇଲା ଥିବା ବେଳେ ଗୋଟିଏ ବଗିରେ ନିଆଁ ଲାଗିଛି l ତେବେ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..