Report Card Odisha

| Daily Odia News

ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୪ କୁ ବୃଦ୍ଧି…..

ରିପୋର୍ଟ କାର୍ଡ / ପୁରୀ

ନରେନ୍ଦ୍ର ପୁଷ୍କରିଣୀରେ ଚନ୍ଦନ ଯାତ୍ରା ସମୟରେ ବାଣ ବିସ୍ଫୋରଣ ଘଟଣାରେ ଆଉ ଜଣଙ୍କ ମୃତ୍ୟୁ ହୋଇଛି। ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି ହୋଇଛି। ବିଭିନ୍ନ ମେଡିକାଲରେ ଅନ୍ୟ ୨୬ଜଣ ଆହତଙ୍କ ଚିକିତ୍ସା ଚାଲିଛି। ବୁଧବାର ରାତିରେ ନରେନ୍ଦ୍ର ପୁଷ୍କରିଣୀରେ ଚାପଖେଳ ଚାଲିଥିବା ବେଳେ ବାଣ ବିସ୍ଫୋରଣ ଘଟି ଅଘଟଣ ଘଟିଥିଲା। ଏଥିରେ ୩୦ରୁ ଅଧିକ ଆହତ ହୋଇଥିଲେ। ଘଟଣାରେ ମୃତକଙ୍କ ପରିବାରକୁ ୪ଲକ୍ଷ ଟଙ୍କା ପ୍ରଦାନ କରାଯାଇଥିବା ଏସଆରସି ସୂଚନା ଦେଇଛନ୍ତି। ଗୁରୁବାର ଭୁବନେଶ୍ୱରର ଘରୋଇ ହସ୍ପିଟାଲରେ ଆହତଙ୍କୁ ଭେଟି ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

Breaking News