ରିପୋର୍ଟ କାର୍ଡ / ଭୁବନେଶ୍ବର
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅଭିଯୋଗ ପ୍ରକୋଷ୍ଠରେ ଲୋକଙ୍କ ସମସ୍ୟା ଶୁଣିଛନ୍ତି। ତାଙ୍କ ସହ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡ଼ା ମଧ୍ୟ ଉପସ୍ଥିତ ରହିଥିଲେ। ଆଜି ଥିଲା ଜନ ଶୁଣାଣିର ପ୍ରଥମ ଦିନ। ପ୍ରଥମ ଦିନରେ ହିଁ ପାଖାପାଖି ୧୫୦୦ ଲୋକ ନିଜ ସମସ୍ୟା ନେଇ ନାଁ ପଞ୍ଜିକରଣ କରିଥିବା ଜଣାପଡ଼ିଛି । ମୁଖ୍ୟମନ୍ତ୍ରୀଙ୍କୁ ନିଜ ନିଜ ସମସ୍ୟା ଓ ଦୁଃଖ ଜଣାଇବାକୁ ସବୁ ଜିଲ୍ଲାରୁ ଆସିଥିଲେ ଲୋକେ। ଦିନେ ଦୁଇ ଦିନ ନୁହେଁ ଗତ ୪ ଦିନ ହେବ ଅଖିଆଅପିଆ ଅସହାୟ ଲୋକେ ରାଜଧାନୀରେ ପଡି ରହି କେବଳ ଅପେକ୍ଷା କରିଥିଲେ, କେବେ ସେ ମୁଖ୍ୟମନ୍ତ୍ରୀଙ୍କ ପାଖକୁ ଯିବେ ନିଜ ଦୁଃଖ ଜଣାଇବେ।






More Stories
ଓଡ଼ିଶାକୁ ମିଳିବ ବଡ଼ ଫାଇଦା…..
କିନ୍ନରଙ୍କୁ ହତ୍ୟା ଘଟଣା:ଅଭିଯୁକ୍ତକୁ ଗିରଫ ଦାବିରେ ରାସ୍ତାରେ ବସିଲେ କିନ୍ନର…..
ବଦଳିବ ମିଶନ ଶକ୍ତି ଡ୍ରେସ୍ କୋଡ୍,ମିଳିବ ସ୍ମାର୍ଟ ଫୋନ୍…..