ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଅଯୋଧ୍ୟା ରାମ ମନ୍ଦିରରେ ସଂପନ୍ନ ହୋଇଛି ପ୍ରାଣ ପ୍ରତିଷ୍ଠା କାର୍ଯ୍ୟ। କାଶୀ ପୀଠର ବେଦଜ୍ଞ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟ ସଂପନ୍ନ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁଖ୍ୟ ଯଜମାନ ଭାବେ ଦାୟିତ୍ୱ ନିର୍ବାହ କଲେ। ଗର୍ଭଗୃହରେ ସୁନା ବେଶରେ ରାମଲଲାଙ୍କ ଛବି ଆକର୍ଷିତ କରୁଛି| ଶୁଭ ମୁହୂର୍ତ୍ତରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ହୋଇଛି | ପ୍ରଥମେ ପବିତ୍ର ସରଯୁ ନଦୀରେ ସ୍ନାନ ତର୍ପଣ ପରେ ପୂର୍ବ ଦିଗରେ ମନ୍ଦିର ମଧ୍ୟକୁ ପ୍ରବେଶ କରିବା ପରେ ପ୍ରାଣ ପ୍ରତିଷ୍ଠା ରୀତିନୀତି ଅରମ୍ଭ ହୋଇଥିଲା। ଆରଏସଏସ୍ ମୁଖ୍ୟ ମୋହନ ଭାଗବତଙ୍କ ସହ ଯୋଗୀ ଆଦିତ୍ୟନାଥ ଓ ଆନନ୍ଦି ବେନ୍ ମଧ୍ୟ ଗର୍ଭଗୃହରେ ଉପସ୍ଥିତ ଥିଲେ। ଦେଶ ତଥା ବିଦେଶର ବହୁ ବଡ ବ୍ୟକ୍ତିତ୍ୱ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ସେମାନେ ସମସ୍ତେ ରାମଲଲାଙ୍କ ଆଗରେ ନତମସ୍ତକ ହୋଇଛନ୍ତି। ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ୮୪ସେକେଣ୍ଡର ଶୁଭ ସମୟ ୧୨ଟା ୨ରୁ ଆରମ୍ଭ ହୋଇ ୧୨ଟା ୩୦ ମିନିଟ ୩୨ ସେକେଣ୍ଡ ପର୍ଯ୍ୟନ୍ତ ଥିଲା।






More Stories
ଆଜି ଭାରତ ଆସୁଛନ୍ତି ପୁଟିନ୍……
ଆଗୁଆ ଇନ୍ଷ୍ଟଲ ହେବନି ‘ସଞ୍ଚାର ସାଥୀ’…..
ଡଲାର ତୁଳନାରେ ୯୦କୁ ଖସିଲା ଟଙ୍କା…..