Report Card Odisha

| Daily Odia News

ଓଡ଼ିଶାର ପ୍ରଥମ ରାଜ୍ୟ ନିର୍ବାଚନ କମିଶନର ଦେବେନ୍ଦ୍ର କୁମାର ମିଶ୍ରଙ୍କ ପରଲୋକ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଓଡ଼ିଶାର ପ୍ରଥମ ରାଜ୍ୟ ନିର୍ବାଚନ କମିଶନର ତଥା ଅବସରପ୍ରାପ୍ତ ଆଇଏଏସ୍ ଦେବେନ୍ଦ୍ର କୁମାର ମିଶ୍ରଙ୍କର ଆଜି ପରଲୋକ ଘଟିଛି |  ଶନିବାର  ୧୨ଟା ୩୦ମିନିଟରେ ତାଙ୍କର ଦେହାନ୍ତ ହୋଇଛି | କରୋନାରୁ ସୁସ୍ଥ ହେବା ପରେ ତାଙ୍କର ଅନ୍ୟାନ୍ୟ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବାରୁ ସେ ଭୁବନେଶ୍ୱରସ୍ଥିତ ଆମ୍ରି ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି । ମୃତ୍ୟୁବେଳକୁ ତାଙ୍କୁ ୮୫ବର୍ଷ ବୟସ ହୋଇଥିଲା । ରାଜ୍ୟ ସରକାରଙ୍କ ବହୁ ଗୁରୁତ୍ୱପୂର୍ଣ୍ଣ ପଦପଦବୀରେ କାର୍ଯ୍ୟ କରିଥିବା ଶ୍ରୀ ମିଶ୍ର ଓଡ଼ିଶାର ପ୍ରଥମ ରାଜ୍ୟ ନିର୍ବାଚନ କମିଶନର ଭାବେ ୧୯୯୪ରୁ ୧୯୯୯ ମସିହା ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ । ସେ ପୂର୍ବତନ ମୁଖ୍ୟମନ୍ତ୍ରୀ ନୀଳମଣି ରାଉତରାୟଙ୍କ ସ୍ୱତନ୍ତ୍ର ସହାୟକ, ଭବାନୀପାଟଣା ଉପଜିଲ୍ଲାପାଳ, ସମ୍ବଲପୁର ଜିଲ୍ଲା ଯୋଗାଣ ଅଧିକାରୀ, ଓଡ଼ିଶା ହ୍ୟାଣ୍ଡଲୁମ୍ ନିଗମର ଜେନେରାଲ ମ୍ୟାନେଜର, ମ୍ୟୁନିସପାଲ ପ୍ରଶାସନର ନିର୍ଦ୍ଦେଶକ ଭଳି ପଦବୀରେ ସଫଳତାର ସହ କାର୍ଯ୍ୟ କରିଥିଲେ । ସେ ଭୁବନେଶ୍ୱର ଓ ସୋନପୁରର ବିଭିନ୍ନ ସାମାଜିକ ଓ ସାଂସ୍କୃତିକ ସଂଗଠନ ସହ ସକ୍ରିୟ ଭାବେ ଜଡ଼ିତ ଥିଲେ।

Breaking News