ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ପ୍ରଥମ ଓମିକ୍ରମ୍ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ବଲାଙ୍ଗୀର ଜିଲ୍ଲାର ବୋଲି ଜଣାପଡିଛି । ସମ୍ବଲପୁର ବୁର୍ଲାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ବଲାଙ୍ଗିର ସିଡିଏମଓ ଡ଼. ସ୍ନେହଲତା ସାହୁ ସୂଚନା ଦେଇଛନ୍ତି । ମୃତକ ଜଣଙ୍କ ବଲାଙ୍ଗୀର ଆଗଲପୁର ଅଞ୍ଚଳର ଜଣେ ମହିଳା ବୋଲି ଜଣାପଡିଛି । ଏହା ବଲାଙ୍ଗୀର ଜିଲ୍ଲାର ପ୍ରଥମ ଓମିକ୍ରନ୍ କେସ୍ ଥିଲେ । ବଲାଙ୍ଗୀର ସିଡିଏମଓ ସୂଚନା ଅନୁଯାୟୀ, ବଲାଙ୍ଗୀର ଆଗଲପୁର ଅଞ୍ଚଳର ଜଣେ ସ୍ବାସ୍ଥ୍ୟଗତ କାରଣରୁ ତଳେ ପଡିଯାଇଥିଲେ । ତାଙ୍କୁ ଚିକିତ୍ସା ପାଇଁ ପ୍ରଥମେ ବଲାଙ୍ଗୀର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସେଠାରୁ ତାଙ୍କୁ ସମ୍ବଲପୁର ସ୍ଥିତ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା । ଗତ ୨୩ ତାରିଖରେ ବୁର୍ଲାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କଠାରେ କୋଭିଡ୍ ଲକ୍ଷଣ ଦେଖାଯିବା ପରେ ପରୀକ୍ଷା କରାଯାଇଥିଲା । ଏହାପରେ ସେ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିଲେ । ଜେନେମ ସିକ୍ବେନ୍ସିଂ ପାଇଁ ତାଙ୍କ ନମୁନା ପଠାଯାଇଥିଲା । ବୁଧବାର ଦିନ ସେ ଓମିକ୍ରନ୍ ସଂକ୍ରମିତ ହୋଇଥିବା ରିପୋର୍ଟ ହସ୍ତଗତ ହୋଇଥିଲା । ରିପୋର୍ଟ ହସ୍ତଗତ ହେବା ପୂର୍ବରୁ ଗତ ୨୭ ତାରିଖରେ ତାଙ୍କର ମୃତ୍ୟୁ ହୋଇଥିଲା ।
More Stories
ଶ୍ରୀମନ୍ଦିର ବାନାରେ ଶୂନ୍ୟଗଣ୍ଠି…..
ଗୃହ କମିଟି କଠନ ଦାବି କଲା କଂଗ୍ରେସ…..
ବିଶିଷ୍ଟ କବି ରମାକାନ୍ତ ରଥଙ୍କର ଶେଷକୃତ୍ୟ ସମ୍ପନ୍ନ…..