Report Card Odisha

| Daily Odia News

ରାଜ୍ୟରେ ୫ କରୋନା ଆକ୍ରାନ୍ତ ଚିହ୍ନଟ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଚିନ୍ତା ବଢାଇଲା କରୋନା। ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ହଜାର ଅତିକ୍ରମ କରିଥିବା ବେଳେ ରାଜ୍ୟରେ ୫ ଜଣ କରୋନା ଆକ୍ରାନ୍ତ ବୁଧବାର ଚିହ୍ନଟ ହୋଇଛନ୍ତି । ଭୁବନେଶ୍ୱରରୁ ୪ ଓ ଖୋର୍ଦ୍ଧାରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୪ ଜଣ ପୁରୁଷ ଓ ଜଣେ ମହିଳା ଅଛନ୍ତି । କରୋନାକୁ ନେଇ ସ୍ଥିତି ଉପରେ ନଜର ରଖାଯିବା ସହ ଏବେ ସ୍ଥିତି ନିୟନ୍ତ୍ରଣରେ ରହିଛି ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାସହ ସମୟ ଥାଉ ଥାଉ ଏହାର ମୁକାବିଲା ପାଇଁ ଅଣ୍ଟା ଭିଡିଛନ୍ତି କେନ୍ଦ୍ର ସରକାର । ଆଜି କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବାକୁ ଯାଉଛି । କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ସମସ୍ତ ରାଜ୍ୟ ସହ ଭିଡିଓ କନଫରେନସିଂ ଜରିଆରେ କୋଭିଡ ସ୍ଥିତିର ସମୀକ୍ଷା କରିବେ। ଏବେ ସଂକ୍ରମଣ ବଢୁଥିବାରୁ ରାଜ୍ୟମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

Breaking News