ରିପୋର୍ଟ କାର୍ଡ / ଭୁବନେଶ୍ବର
ଶେଷରେ ଜୀବନ ଯୁଦ୍ଧରେ ହାରିଗଲେ ବାଲେଶ୍ବର ଫକୀରମୋହନ କଲେଜର ଆତ୍ମାହୁତି ଉଦ୍ଯମ କରିଥିବା ଛାତ୍ରୀ ସୌମ୍ଯାଶ୍ରୀ ବିଶି। ସେ ଚିକିତ୍ସିତ ହେଉଥିବା AIIMS ତରଫରୁ ଏ ସଂପର୍କରେ ବିଧିବଦ୍ଧ ଘୋଷଣା କରାଯାଇଛି। ମେଡିକାଲ ବୁଲେଟିନ୍ ଅନୁଯାୟୀ, ସୌମ୍ଯାଶ୍ରୀଙ୍କୁ ଗତ ୧୨ ତାରିଖ ଅପରାହ୍ଣ ୫ଟା ୧୫ରେ ଜ୍ଯୋତିରେଖା ଭୂୟାଁ ନାମ୍ନୀ ତାଙ୍କର ଜଣେ ବାନ୍ଧବୀ ମେଡିକାଲରେ ଆଣି ଭର୍ତ୍ତି କରିଥିଲେ। ସୌମ୍ଯାଶ୍ରୀଙ୍କୁ ବାଲେଶ୍ବର ଜିଲ୍ଲା ହସପିଟାଲରୁ ଏମ୍ସକୁ ରେଫର୍ କରାଯାଇଥିଲା।ସୂଚନାଯୋଗ୍ୟ, ବାଲେଶ୍ୱରସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଶିକ୍ଷା ବିଭାଗର ମୁଖ୍ୟ (ଏଚ୍ଓଡି) ତଥା ଅଧ୍ୟାପକ ସମୀର କୁମାର ସାହୁଙ୍କ ଦ୍ୱାରା ଯୌନ ନିର୍ଯାତନାର ଶିକାର ହୋଇଥିବା ଜଣେ ଛାତ୍ରୀ ଶନିବାର ନିଜ ଦେହରେ ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ କରିଥିଲେ।






More Stories
ଔଷଧ ଦୋକାନ ଆଗରେ ଲାଗିବ ରେଟ ଚାର୍ଟ…..
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ପ୍ରବଳ ବର୍ଷା ସମ୍ଭାବନା…..
ପାଠ୍ୟପୁସ୍ତକ ବିଭ୍ରାଟ ମାମଲା:ପୂର୍ବତନ SCERT ନିର୍ଦ୍ଦେଶକ ମନୋଜ ପାଢ଼ୀ ଅଟକ