Report Card Odisha

| Daily Odia News

ଫରେଷ୍ଟ ଗାର୍ଡଙ୍କ ପରିବାରକୁ ୩୦ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡଙ୍କ ମୃତ୍ୟୁ ଘଟଣା। ଫରେଷ୍ଟ ଗାର୍ଡ ପ୍ରହଲ୍ଲାଦ ପ୍ରଧାନଙ୍କ ପ୍ରାଣହାନୀ ସମ୍ପର୍କରେ ଜାଣି ଅତ୍ୟନ୍ତ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏବଂ ମୃତକଙ୍କ ପରିବାରକୁ ୩୦ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏଥିସହ ଘଟଣାସ୍ଥଳକୁ ଯାଇ ଅଧିକ ତଦନ୍ତ କରିବାକୁ ପିସିସିଏଫଙ୍କୁ ନିର୍ଦେଶ ଦେଇଛନ୍ତି। ମିଳିଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲା ହିନ୍ଦୋଳ ରେଞ୍ଜ କଇ ରିଜର୍ଭ ଫରେଷ୍ଟ ତଣ୍ଟିଚିରା ନିକଟରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଗତକାଲି ରାତିରେ ପାଟ୍ରୋଲିଂ ସମୟରେ ଶିକାରୀଙ୍କ ଗୁଳିରେ ଜଣେ ଫରେଷ୍ଟ ଗାର୍ଡ ମୃତ୍ୟୁବରଣ କରିଛନ୍ତି। ମୃତକ ହିନ୍ଦୋଳ ରେଞ୍ଜରେ କାର୍ଯ୍ୟରତ ଫରେଷ୍ଟ ଗାର୍ଡ ପ୍ରହ୍ଲାଦ ପ୍ରଧାନ ବୋଲି ଜଣାପଡିଛି। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ଚିକିତ୍ସାଧୀନ ଅବସ୍ଥାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି। ସେପଟେ ଘଟଣାରେ ପୋଲିସ ୪ ଶିକାରୀଙ୍କୁ ଅଟକ ରଖି ପଚରାଉଚରା କରୁଛି।

Breaking News