ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ପ୍ରବୋଧ ତିର୍କି ଆଜି ଆନୁଷ୍ଠାନିକ ଭାବେ କଂଗ୍ରେସରେ ଯୋଗ ଦେଇଛନ୍ତି । ଶ୍ରୀ ତିର୍କି କଂଗ୍ରେସ ଭବନର ମିଶ୍ରଣ ପର୍ବରେ ଯୋଗ ଦେଇଛନ୍ତି । ଏହି ଅବସରରେ ଦଳ ତରଫରୁ ତାଙ୍କୁ ସ୍ୱାଗତ ଜଣାଇଛି । ପ୍ରବୋଧଙ୍କ ସହ ଏକାମ୍ର ନିର୍ବାଚନ ମଣ୍ଡଳୀର ବରିଷ୍ଠ ନେତା ପ୍ରସନ୍ନ କୁମାର ଞ୍ଚପତି ମଧ୍ୟ କଂଗ୍ରେସରେ ଯୋଗ ଦେଇଛନ୍ତି । ପିସିସି ସଭାପତି ଶରତ ପଟ୍ଟନାୟକ, ପ୍ରଭାରୀ ଚେଲା କୁମାର, ବିଧାୟକ ସୁରେଶ ରାଉତରାୟ, ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ ପଟ୍ଟନାୟକ, ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ପ୍ରମୁଖଙ୍କ ଉପସ୍ଥିତରେ ସେ ଆଜି ଦଳରେ ଯୋଗ ଦେଇନ୍ତିଛି ।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..