Report Card Odisha

| Daily Odia News

ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ପରଲୋକ….

ରିପୋର୍ଟ କାର୍ଡ / ଭୁବନେଶ୍ୱର

ପରଲୋକରେ ପୂର୍ବତନ ମନ୍ତ୍ରୀ ତଥା ବିଜେଡିର ବରିଷ୍ଠ ନେତା ବିଜୟଶ୍ରୀ ରାଉତରାୟ । କରୋନା ସଂକ୍ରମିତ ପରେ ଭୁବନେଶ୍ଵର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ଥିଲେ। ତେବେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସେ ଶେଷ ନିଃଶ୍ଵାସ ତ୍ୟାଗ କରିଛନ୍ତି। ୬୮ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ଏନେଇ ତାଙ୍କ ସଂପର୍କୀୟ ଏବଂ ହସ୍ପିଟାଲ୍ କର୍ତ୍ତୃପକ୍ଷ ପକ୍ଷରୁ ସୂଚନା ଦିଆଯାଇଛି । ପୂର୍ବତନ ମୁଖ୍ୟମନ୍ତ୍ରୀ ନିଳମଣୀ ରାଉତରାୟଙ୍କ ପୁତ୍ର ହେଉଛନ୍ତି ବିଜୟଶ୍ରୀ ରାଉତରାୟ। ସେ ନବୀନ ସରକାରରେ ମନ୍ତ୍ରୀ ରହି ସାରିଥିବା ବିଜୟଶ୍ରୀ ରାଉତରାୟ ୬ ଥର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି । ବିଜେଡିରୁ ୪ଥର ଓ ଜନତା ଦଳରୁ ୨ ଥର ବିଧାୟକ ରହି ସାରିଛନ୍ତି ବିଜୟଶ୍ରୀ । ୧୯୯୦ରେ ପ୍ରଥମ ଥର ପାଇଁ ବିଧାୟକ ଭାବେ ନିର୍ବାଚିତ ହୋଇଥିବା ରାଜନୈତିକ କ୍ୟାରିୟର ଆରମ୍ଭ କରିଥିଲେ । ଭଦ୍ରକ ବାସୁଦେବପୁର ଆସନରୁ ଲଗାତାର ବିଜୟୀ ହୋଇ ଆସୁଥିବା ବିଜୟଶ୍ରୀ ୨୦୧୯ରେ ନିର୍ବାଚନ ଲଢିନଥିଲେ ।

 

Breaking News