ରିପୋର୍ଟ କାର୍ଡ / ବାଲେଶ୍ୱର
ଜଳେଶ୍ୱରର ପୂର୍ବତନ ବିଧାୟକ ଜୟନାରାୟଣ ମହାନ୍ତିଙ୍କ ପରଲୋକ ହୋଇଛି। ଭୁବନେଶ୍ୱର ଏମସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୃ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା | ଜୟନାରାୟଣ ଦୀର୍ଘ ଦିନ ହେଲା ବିଭିନ୍ନ ରୋଗରେ ପୀଡ଼ିତ ଥିଲେ। ଗତ ୨୮ ତାରିଖରେ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଆଜି ସକାଳେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ସେ ଜଳେଶ୍ୱରରୁ କ୍ରମାଗତ ୨ ଥର କଂଗ୍ରେସ ବିଧାୟକ ଥିଲେ। ପରବର୍ତ୍ତୀ ସମୟରେ ୨୦୧୯ରେ ସେ ବିଜେପିରେ ସାମିଲ ହୋଇଥିଲେ। ଜଳେଶ୍ୱର ନିର୍ବାଚନ ମଣ୍ଡଳୀରୁ ସେ ବିଜେପରୁ ପ୍ରାର୍ଥୀ ହୋଇଥିଲେ।






More Stories
ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ…..
କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ…..
ମା’ଙ୍କୁ ମାରି ପ୍ଲାଷ୍ଟର କରିଦେଲା ପୁଅ !…..