ରିପୋର୍ଟ କାର୍ଡ / ଭୁବନେଶ୍ୱର
ପୂର୍ବତନ ସାଂସଦ ମୋହନ ଜେନାଙ୍କ ପରଲୋକ ହୋଇଛି । ଆଜି ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ସେ ଯାଜପୁରରୁ ୨ ଥର ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।ତାଙ୍କର ଦେହାନ୍ତରେ ରାଜନୈତିକ ମାହୋଲରେ ଶୋକରଛାୟା ଖେଳି ଯାଇଛି । ସୂଚନାମୁତାବକ ସେ ଓଡ଼ିଶାର ଯାଜପୁର ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ଭାରତର ସଂସଦର ତଳ ସଦନ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ । ସେ ବିଜୁ ଜନତା ଦଳର ଜଣେ ପ୍ରତିନିଧି ଭାବେ ୨୦୦୪ ଏବଂ ୨୦୦୯ରେ ବିଜେଡି ଟିକଟରୁ ଲୋକସଭାକୁ ଲଗାତାର ଦ୍ୱିତୀୟଥର ପାଇଁ ନିର୍ବାଚିତ ହୋଇଥିଲେ।





More Stories
ଛାଡ଼ପତ୍ରପ୍ରାପ୍ତ ବିବାହିତ ଝିଅଙ୍କୁ ମିଳିବ…..
ସମ୍ବଲପୁର ତହସିଲ ଦୁଇ ଭାଗ…..
ନବୀନଙ୍କୁ କାଉଣ୍ଟର କଲେ ଉପମୁଖ୍ୟମନ୍ତ୍ରୀ…..