ରିପୋର୍ଟ କାର୍ଡ / ଭୁବନେଶ୍ୱର
କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଡ଼.ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ ହୋଇଛି | ୮୩ ବର୍ଷ ବୟସରେ ଦିଲ୍ଲୀ ସ୍ଥିତ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି | ମିଳିଥିବା ସୂଚନା ମୁତାବକ ଆଜି ସକାଳେ ୧୦ଟା ୩୦ ମିନିଟରେ ତାଙ୍କର ପରଲୋକ ହୋଇଯାଇଛି | ବାଜପେୟୀ ସରକାରରେ କେନ୍ଦ୍ରମନ୍ତ୍ରୀ ଥିବାବେଳେ ୧୯୪୧ ମସିହାରେ ଅବିଭକ୍ତ ଢେଙ୍କାନାଳ ଜିଲ୍ଲାରେ ସେ ଜନ୍ମ ହୋଇଥିଲେ | ଓଡ଼ିଶାରେ ବିଜେପିର ମୂଳଦୁଆ ପକାଇବାରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା | ଦେବଗଡ ଲୋକସଭା ଆସନରୁ ସେ ନିର୍ବାଚିତ ହୋଇଥିଲେ | ଏହା ଛଡା ବାଜପେୟୀ ସରକାରଙ୍କ ସମୟରେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଭାବେ ଦାୟିତ୍ୱ ନିର୍ବାହ କରିଥିଲେ | ୧୯୮୮ରୁ ୧୯୯୩ ରାଜ୍ୟ ବିଜେପି ସଭାପତି ଥିଲେ ଦେବେନ୍ଦ୍ର | ଏହାପରେ ୧୯୯୩ରୁ ୧୯୯୫ ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ଥିଲେ | ପୁନର୍ବାର ୧୯୯୫ରୁ ୧୯୯୭ ଯାଏଁ ବିଜେପି ସଭାପତି ରହିଥିଲେ | ୧୯୯୮ରେ ଦେବଗଡ଼ରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ |






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..