ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟର ଘରୋଇ ତଥା ଅଣ ଅନୁଦାନପ୍ରାପ୍ତ ଓଡିଆ ମାଧ୍ୟମ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ମାଗଣା ପାଠ୍ୟପୁସ୍ତକ ମିଳିବ | ଏନେଇ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ପରି ମାଗଣା ପାଠ୍ୟପୁସ୍ତକ ଯୋଗାଇଦିଆଯିବ । ୫ଟି ଉପକ୍ରମରେ ଏହି ଯୋଜନା ହାତକୁ ନିଆଯାଇଛି। ଆଗାମୀ ଶିକ୍ଷାବର୍ଷ ୨୦୨୪-୨୫ରୁ ଏହି ଯୋଜନା କାର୍ଯ୍ୟକାରୀ କରାଯିବ। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ୟ୍ୟନ୍ତ ଛାତ୍ରଛାତ୍ରୀମାନଙ୍କୁ ମାଗଣା ପାଠ୍ୟପୁସ୍ତକ ରାଜ୍ୟ ସରକାର ଯୋଗାଇ ଦେବେ । ଏହା ଦ୍ୱାରା ରାଜ୍ୟର ୩୬୨୦ଟି ଘରୋଇ ତଥା ଅଣ ଅନୁଦାନ ପ୍ରାପ୍ତ ବିଦ୍ୟାଳୟର ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବେ। ଏଥିପାଇଁ ରାଜ୍ୟ ସରକାର ୯ କୋଟି ୪୩ ଲକ୍ଷ ଟଙ୍କା ବାର୍ଷିକ ଖର୍ଚ୍ଚ କରିବେ।






More Stories
ପଟ୍ଟାରେ ଲାଗିବ କ୍ୟୁଆର୍ କୋଡ୍…..
ରାଜ୍ୟସଭା ନିର୍ବାଚନ ବିଗୁଲ୍ !…..
୧୩ରେ ରାଜ୍ୟ କ୍ୟାବିନେଟ୍…..