Report Card Odisha

| Daily Odia News

ଫୁଏଲ୍ ଟ୍ୟାଙ୍କର ବିସ୍ଫୋରଣ,୧୮ ମୃତ୍ୟୁ,୧୦ ଆହତ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଦକ୍ଷିଣ ନାଇଜେରିଆରେ ବଡ ଧରଣର ବିସ୍ଫୋରଣ ହୋଇଛି। ଏକ ଫୁଏଲ୍ ଟ୍ୟାଙ୍କର ବିସ୍ଫୋରଣରେ ୧୮ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୦ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଦକ୍ଷିଣ-ପୂର୍ବ ରାଜ୍ୟ ଏନୁଗୁର ଏନୁଗୁ-ଓନିଟଶା ଏକ୍ସପ୍ରେସୱେରେ ଏହି ଦୁର୍ଘଟଣା ଘଟିଛି। ଗ୍ୟାସୋଲିନ ଭର୍ତ୍ତି ଏକ ଟ୍ୟାଙ୍କର ୧୭ଟି ଗାଡ଼ିକୁ ଧକ୍କା ଦେବା ପରେ ବିସ୍ଫୋରଣ ଘଟିଥିଲା। ଯାହାଫଳରେ ନିଆଁରେ ପୋଡ଼ି ହୋଇ ୧୮ ଜଣଙ୍କ ମୃତ୍ୟୁ ଘଟିଥିଲା । ଆହତ ବ୍ୟକ୍ତି ମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ପରେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍ ଜାରି ରଖିଛି।

Breaking News