ରିପୋର୍ଟ କାର୍ଡ / ସୁନ୍ଦରଗଡ଼
କରମା ପୂଜା ଦେଖିବାକୁ ଆସିଥିବା ଜଣେ ଯୁବତୀଙ୍କୁ ଗଣ ଦୁଷ୍କର୍ମ କରାଯାଇଥିବା ଘଟଣା ସାମ୍ନାକୁ ଆସିଛି। ସୁନ୍ଦରଗଡ଼ ଜିଲ୍ଲା କୁତ୍ରା ଥାନା ଅଞ୍ଚଳରେ ଏହି ଘଟଣା ଘଟିଛି। ଏହି ଘଟଣାରେ ୩ ଜଣ ସଂପୃକ୍ତ ଥିବା କୁତ୍ରା ଥାନାରେ ଅଭିଯୋଗ ହୋଇଛି। ୩ ଅଭିଯୁକ୍ତଙ୍କ ମଧ୍ୟରେ ୨ ଜଣ ନାବାଳକ ଥିବା ଜଣାଯାଇଛି। ସେମାନଙ୍କ ଘର ବୀରମିତ୍ରପୁର ଥାନା ରାଇବଗା ଅଞ୍ଚଳରେ ବୋଲି ଜଣାଯାଇଛି। ୧୬ ତାରିଖ ରାତିରେ ଯୁବତୀ ଜଣଙ୍କ ରାଜଗାଙ୍ଗପୁରକୁ କରମା ପୂଜା ଦେଖିବାକୁ ଆସିଥିଲେ। ଏହି ସମୟରେ ଯୁବତୀଙ୍କ ଜଣଙ୍କ ଗଣ ଦୁଷ୍କର୍ମର ଶିକାର ହୋଇଥିବା ନେଇ ପରିବାର ଲୋକଙ୍କୁ ଜଣାଇଥିଲେ। ୧୭ ତାରିଖରେ ପରିବାର ଲୋକେ କୁତ୍ରା ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଅଭିଯୁକ୍ତଙ୍କୁ ଧରିବାକୁ ଖୋଳତାଡ଼ ଆରମ୍ଭ କରିଛି।






More Stories
ଭୁବନେଶ୍ୱର ଗଣବଳାତ୍କାର:ଝିଅମାନେ ରାତି ୮ଟା ପରେ…..
ବଢ଼ିବ ଜମି ମୂଲ୍ୟ…..
ବିଶ୍ଵସନୀୟତା ହରାଉଛି ସରକାର….