ରିପୋର୍ଟ କାର୍ଡ / ଗଞ୍ଜାମ
ଖଲ୍ଲିକୋଟ ଥାନା ଅନ୍ତର୍ଗତ ହରିପୁର ଗାଁରେ ଆଜି ସକାଳେ ବୋମାମାଡ଼ ହୋଇଛି। ଏଥିରେ ୨ଜଣ ବ୍ୟକ୍ତି ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବୋମାମାଡ଼ ପରେ ଜଣେ ବ୍ୟକ୍ତି ନିଖୋଜ ଥିବା ସୂଚନା ମିଳିଛି । ପୂର୍ବ ଶତ୍ରୁତା କାରଣରୁ ଏହି ବୋମାମାଡ ହୋଇଥିବା ଜଣାଯାଇଛି। କିଛି ଦିନ ପୂର୍ବରୁ ହରିପୁର ଗାଁରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା । ଆଜି ସକାଳେ ଗୋଟିଏ ଗୋଷ୍ଠୀର ଲୋକ ଆସି ଅନ୍ୟ ଗୋଷ୍ଠୀ ଉପରେ ବୋମା ମାଡ଼ କରିଥିଲେ। ପରେ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ବୋମାମାଡରେ ଦୁଇ ଜଣ ବ୍ୟକ୍ତି ଆହତ ହୋଇଥିଲା ବେଳେ ଗାଁର ଜଣେ ବ୍ୟକ୍ତି ନିଖୋଜ ଥିବା ଜଣାଯାଇଛି। ପୋଲିସ ପହଞ୍ଚି ଘଟଣାର ତଦନ୍ତ କରିବା ସହ ଆକ୍ରମଣକାରୀଙ୍କୁ ଧରିବାକୁ ଖୋଳତାଡ ଆରମ୍ଭ କରିଛି।






More Stories
ପୁଣି ରାଜ୍ୟସଭାର ଉପାଧ୍ୟକ୍ଷ ହେଲେ ହରିବଂଶ ନାରାୟଣ…..
ଆଜିଠୁ ଘର ଘର ବୁଲି ଜନଗଣନା…..
ବିହାର ନୂଆ ମୁଖ୍ୟମନ୍ତ୍ରୀ ହେଲେ ସମ୍ରାଟ ଚୌଧୁରୀ…..