ରିପୋର୍ଟ କାର୍ଡ / ଗଞ୍ଜାମ
ଜଣେ ଛାତ୍ରଙ୍କୁ ଛୁରୀ ଭୁସିଲା ଅନ୍ୟ ଜଣେ ଛାତ୍ର। ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ରାମଚନ୍ଦ୍ରପୁର ରଘୁନାଥ ହାଇସ୍କୁଲରେ। ଆହତ ଛାତ୍ରଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଉଭୟ ଛାତ୍ର ନବମ ଶ୍ରେଣୀର। ଆଜି ସକାଳେ କୌଣସି କଥାକୁ ନେଇ ଦୁଇ ଛାତ୍ରଙ୍କ ମଧ୍ୟରେ କଥାକଟାକଟି ହୋଇଥିଲା। ପରେ ଜଣେ ଛାତ୍ର ଉତ୍କ୍ଷିପ୍ତ ହୋଇ ଅନ୍ୟ ଜଣେ ଛାତ୍ରଙ୍କୁ ଛୁରୀ ଭୁସି ଦେଇଥିବା ଅଭିଯୋଗ ହୋଇଛି। ଆହତ ଛାତ୍ରଙ୍କୁ ପ୍ରଥମେ ଶେରଗଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ପରେ ଅବସ୍ଥା ସଂକଟାପନ ହେବାରୁ ବ୍ରହ୍ମପୁର ଏମକେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଛାତ୍ରଙ୍କ ଛାତିରେ ଆଘାତ ଲାଗିଛି। ପୋଲିସ ଛୁରୀ ଭୁସିଥିବା ଛାତ୍ର ଙ୍କୁ ଅଟକ ରଖି ପଚରାଉଚରା କରୁଛି।






More Stories
ଡାଲମା ହାଣ୍ଡିରେ ବିଷାକ୍ତ ସାପ,୩୦ ଅସୁସ୍ଥ …..
ଫାଟିଲା ଗ୍ୟାସ୍ ସିଲିଣ୍ଡର; ଜଳିଲା ବଜାର….
ତହସିଲ୍ଦାରଙ୍କ ଘରେ ଭିଜିଲାନ୍ସ ରେଡ଼…..