ରିପୋର୍ଟ କାର୍ଡ / ଗଞ୍ଜାମ
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ଅସୁରବନ୍ଧ ପଞ୍ଚାୟତ ଧେତାପଲ୍ଲୀ ଗ୍ରାମରେ ରବିବାର ସକାଳେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୨ ପରିବାରର ୩୬ ବଖରା ସମ୍ପୂର୍ଣ୍ଣ ପୋଡ଼ିଯାଇଛି। ତେବେ ଏଥିରେ କେହି ମୃତାହତ ହୋଇ ନାହାନ୍ତି। ଠାକୁରଙ୍କ ପାଇଁ ଲାଗିଥିବା ଦୀପର ସଳିତାକୁ କାଉ ନେଇ ଚାଳରେ ପକାଇ ଦେବାରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି। ଖବରପାଇ ସୋରଡ଼ାର ଅଗ୍ନିଶମ କର୍ମଚାରୀ ୨ଟି ଗାଡ଼ିସହ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। କ୍ଷୟକ୍ଷତି ଆକଳନ ପାଇଁ ତହସିଲ ପକ୍ଷରୁ ରାଜସ୍ବ ନିରୀକ୍ଷକ ପହଞ୍ଚିଛନ୍ତି।






More Stories
ମିଛ ଲୁଟ୍ ନାଟକର ପର୍ଦ୍ଦାଫାସ,୪ ଗିରଫ……
ଝାରପଡ଼ା ଜେଲରେ ଅସମ୍ଭାଳ ସ୍ଥିତି…..
ବନ୍ୟା ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ…..