Report Card Odisha

| Daily Odia News

ସରକାର ଦେବେ ଜମିପଟ୍ଟା…..

ରିପୋର୍ଟ କାର୍ଡ / ଭୁବନେଶ୍ବର

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଐତିହାସକ ନିଷ୍ପତ୍ତି ନେଇଛନ୍ତି | ବିଭିନ୍ନ ସ୍ଥାନରେ ଜମି ସମସ୍ୟାର ସମାଧାନ କରାଇ ଲୋକଙ୍କୁ ପଟ୍ଟା ବାଣ୍ଟିବେ। ସମ୍ବଲପୁର ଜିଲ୍ଲା ହୀରାକୁଦ ଓ ଗଂଜାମ ଜିଲ୍ଲା ସୋରଡାର ବିଭିନ୍ନ ପ୍ରକଳ୍ପରେ ପ୍ରଭାବିତ ପରିବାରଙ୍କୁ ସରକାର ଜମିପଟ୍ଟା ଦେବେ। ସରକାର ଚଳିତ ମାସ ଶେଷ ସୁଦ୍ଧା ଏହି କାମ ଶେଷ କରିବାକୁ ଲକ୍ଷ୍ୟ ରଖିଛନ୍ତି। ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି କାର୍ତ୍ତିକେୟନ୍‌ ପାଣ୍ଡିଆନ ତାଙ୍କର ଜିଲ୍ଲାଗସ୍ତ ସମୟରେ ଜମିଜମା ସଂପର୍କିତ ଅନେକ ଅଭିଯୋଗ ଲୋକଙ୍କ ଠାରୁ ପାଇଥିଲେ। ହୀରାକୁଦ ବନ୍ଧ ବିସ୍ଥାପିତମାନଙ୍କର ଦୀର୍ଘ ବର୍ଷର ସମସ୍ୟା, ଅନ୍ୟ ସ୍ଥାନରେ ସରକାରୀ ଜମିରେ ବହୁ ଦିନ ଧରି ରହୁଥିବା ଲୋକଙ୍କର ଜମି ଅଧିକାର ସମସ୍ୟା, ରୟତ ସମସ୍ୟା ଭଳି ଅନେକ ସମସ୍ୟା ସଂପର୍କରେ ୫-ଟି ସଚିବଙ୍କୁ ଜଣାଇଥିଲେ। ଏ ବିଷୟରେ ୫ଟି ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ପରେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଆଜି ଏ ସଂପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ କରାଯାଇ ନିଷ୍ପତ୍ତି ନିଆଯାଇଛି । ବୈଠକରେ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ସହିତ ଉନ୍ନୟନ କମିସନର ଅନୁ ଗର୍ଗ, ରାଜସ୍ବ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଗଞ୍ଜାମ ଓ ଝାରସୁଗୁଡା ଜିଲ୍ଲାର ଜିଲ୍ଲାପାଳ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ବୈଠକରେ ଜମିଜମା ସମସ୍ୟାର ସ୍ଥାୟୀ ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଯୋଗାଇ ଦେବାକୁ ନିଷ୍ପତ୍ତି କରାଯାଇଛି। ସେହିପରି ଗଞ୍ଜାମ ଜିଲ୍ଲାକୁ ଗତ ଅଗଷ୍ଟ ୨୬ ତାରିଖରେ ୫-ଟି ସଚିବ ଗସ୍ତ କରିଥିଲେ। ସେଠାରେ ଲୋକଙ୍କ ସମସ୍ୟା ଶୁଣିବା ପରେ ମାତ୍ର ୫ ଦିନରେ ଜମି ସମସ୍ୟାର ସମସ୍ୟା ସମାଧାନ ହୋଇଛି। ବୈଠକର ନିଷ୍ପତ୍ତି ଅନୁଯାୟୀ ଗଞ୍ଜାମ ଜିଲ୍ଲାର ସୋରଡା ବ୍ଲକ୍‌ର ୧୭ଟି ଗ୍ରାମର ୮୮୩ ଜଣ ଲୋକଙ୍କୁ ଘରଡିହ ପଟ୍ଟା ଦିଆଯିବ ଏବଂ ୨୦୨୩ ସେପ୍ଟେମ୍ବର ୨୨ ସୁଦ୍ଧା ସମସ୍ତ ପଟ୍ଟାବଣ୍ଟନ ପ୍ରକ୍ରିୟା ଶେଷ ହେବ ।

Breaking News