ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ମୟୂରଭଞ୍ଜ ଜିଲ୍ଲାର ବାଙ୍ଗିରିପୋଷି ଘାଟିରେ ଦୁର୍ଘଟଣା । ବୁଧବାର ପୁଣି ଭାରସାମ୍ୟ ହରାଇ ଶହେ ଫୁଟ ତଳକୁ ଖସିଲା ପିଆଜ ବୋଝେଇ ଟ୍ରକ୍ । ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି । ନାସିକରୁ ପିଆଜ ଆଣି ପଶ୍ଚିମବଙ୍ଗ ଯାଉଥିବା ବେଳେ ଘଟିଛି ଦୁର୍ଘଟଣା । ମୃତକ ଦୁଇ ଜଣ ହେଉଛନ୍ତି ଗାଡିର ଡ୍ରାଇଭର ଓ ହେଲପର । ଆହତ ଜଣଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ବାଙ୍ଗିରିପୋଷି ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି ।






More Stories
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….
ବିଧାନସଭା ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ…..
ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ରାଜ୍ୟପାଳ…..